
ଭୁବନେଶ୍ୱର – ଶ୍ରମ କର୍ମଚାରୀ ରାଜ୍ୟ ବୀମା ବିଭାଗ ଆନୁକୂଲ୍ୟରେ ଏକ ରାଜ୍ୟସ୍ତରୀୟ ସଚେତନତା ଶିବିର ଭୁବନେଶ୍ୱର ଜୟଦେବ ଭବନ ଠାରେ ଅନୁÂିତ ହେବ । ପେନସନ ସପ୍ତାହ ଉପଲକ୍ଷେ ଅଣସଂଗଠିତ ଶ୍ରମିକମାନଙ୍କ ନିମନ୍ତେ ପ୍ରଧାନମନ୍ତ୍ରୀ ଶ୍ରମଯୋଗୀ ମାନଧନ ଯୋଜନା ଓ ବ୍ୟବସାୟୀ ଓ ସ୍ୱରୋଜଗାରୀମାନଙ୍କ ନିମନ୍ତେ ଜାତୀୟ ପେନସନ ଯୋଜନା ଆସନ୍ତା ୬ତାରିଖ ଏହି ସଚେତନତା ଶିବିର ଆୟୋଜନ କରାଯିବ ।
ମିଳିଥିବା ସୂଚନା ଅନୁସାରେ ଏହି କାର୍ଯ୍ୟକ୍ରମରେ ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ବିଭାଗ ମନ୍ତ୍ରୀ ଶ୍ରୀ ସୁଶାନ୍ତ ସିଂ ମୁଖ୍ୟ ଅତିଥି, ବିଜ୍ଞାନ ଓ କାରିଗରୀ ମନ୍ତ୍ରୀ ଶ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ଭୁବନେଶ୍ୱର ମଧ୍ୟ ବିଧାୟକ ଶ୍ରୀ ଅନନ୍ତ ନାରାୟଣ ଜେନା, ଭୁବନେଶ୍ୱର ଉତର ବିଧାୟକ ଶ୍ରୀ ସୁଶାନ୍ତ କୁମାର ରାଉତ, ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ ସମ୍ମାନୀତ ଅତିଥି ଭାବେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି ।