
ବାରିପଦା,ମୟୂରଭଞ୍ଜ ଜିଲ୍ଲା ବେତନଟୀ ଥାନା କୃଷ୍ଣଚନ୍ଦ୍ରପୁର ହାଇସ୍କୁଲର କବାଟ ଭାଙ୍ଗି ଗତକାଲି ରାତିରେ ଲକ୍ଷାଧିକ ଟଙ୍କାର ସାମଗ୍ରୀ ଚୋରି ହୋଇଛି । ଏଥି ମଧ୍ୟରେ ବିଦ୍ୟାଳୟର କମ୍ପ୍ୟୁଟର, ଫ୍ୟାନ୍ ଓ ଅନ୍ୟାନ୍ୟ ସାମଗ୍ରୀ ରହିଛି । ଏନେଇ ବେତନଟୀ ଥାନାରେ ଅଭିଯୋଗ ପରେ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି । ଅନ୍ୟପକ୍ଷରେ ତୁରନ୍ତ ଅଭିଯୁକ୍ତଙ୍କୁ ଗିରଫ କରିବା ପାଇଁ ସାଧାରଣରେ ଦାବି ହେଉଛି ।