
ବାଲେଶ୍ୱର, ବାଲେଶ୍ୱରର ରେମୁଣାସ୍ଥିତ ଇମାମୀ ପେପର ମିଲ୍ ରୁ ୧୦୧ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗତ ୨୪ ଘଂଟା ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ମୋଟ୍ ୧୫୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୧୦୧ ଜଣ ଇମାମୀ ପେପର ମିଲ୍ ର ରହିଥିବା ସୂଚନା ଦେଇଛନ୍ତି ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ।
ଅନ୍ୟପକ୍ଷରେ ଏକ ନିର୍ଦ୍ଦିଷ୍ଟ ସ୍ଥାନରୁ ଏତେ ସଂଖ୍ୟାରେ ପଜିଟିଭ୍ ଚିହ୍ନଟ ହେବା ପରେ ଇମାମୀର ଏକ କଲୋନୀକୁ ମାଇକ୍ରୋ କଂଟେନମେଂଟ ଜୋନ୍ ଘୋଷଣା କରାଯାଇଛି ।ଏଥି ସହିତ ପେପର ମିଲ୍ ର ୩ଟି ୟୁନିଟ୍ ମଧ୍ୟରୁ ଗୋଟିଏ ୟୁନିଟକୁ ପ୍ରଶାସନ ବନ୍ଦ କରିଦେଇଛି ।