ନୂଆଦିଲ୍ଲୀ, ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପଶ୍ଚିମବଙ୍ଗ ରେଳ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଲୋକଙ୍କ ପ୍ରତି ଗଭୀର ଶୋକ ପ୍ରକାଶ କରିଛନ୍ତି । କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଘଟଣାସ୍ଥଳକୁ ଯାଇଥିବା ବେଳେ କ୍ଷତିଗ୍ରସ୍ତଙ୍କୁ ସହାୟତା କରିବା ପାଇଁ ଉଦ୍ଧାର କାର୍ଯ୍ୟ ଜାରି ରହିଛି ବୋଲି ପ୍ରଧାନମନ୍ତ୍ରୀ ଆଶ୍ୱାସନା ଦେଇଛନ୍ତି । ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ତରଫରୁ ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ ପାଣ୍ଠି (ପିଏମଏନଆରଏଫ)ରୁ ପ୍ରତ୍ୟେକ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏଁ ଏବଂ ଆହତଙ୍କୁ ୫୦ ହଜାର ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ଘୋଷଣା କରାଯାଇଛି ।
ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି;‘‘ପଶ୍ଚିମବଙ୍ଗରେ ଘଟିଥିବା ରେଳ ଦୁର୍ଘଟଣା ଦୁଃଖଦାୟକ । ଯେଉଁମାନେ ନିଜ ପ୍ରିୟଜନଙ୍କୁ ହରାଇଛନ୍ତି ସେମାନଙ୍କ ପ୍ରତି ସମବେଦନା ଜଣାଉଛି । ଆହତମାନେ ଯଥାଶୀଘ୍ର ସୁସ୍ଥ ହୁଅନ୍ତୁ ବୋଲି ପ୍ରାର୍ଥନା କରୁଛି । ଅଧିକାରୀଙ୍କ ସହ କଥା ହୋଇ ସ୍ଥିତି ଅନୁଧ୍ୟାନ କରିଛି । କ୍ଷତିଗ୍ରସ୍ତଙ୍କୁ ସାହାଯ୍ୟ କରିବା ପାଇଁ ଉଦ୍ଧାର କାର୍ଯ୍ୟ ଜାରି ରହିଛି । ରେଳମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବ ମଧ୍ୟ ଘଟଣାସ୍ଥଳକୁ ଯାଇଛନ୍ତି ।’’
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସରେ ପୋଷ୍ଟ କରାଯାଇଛି;‘‘ପଶ୍ଚିମବଙ୍ଗରେ ରେଳ ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ପିଏମଏନଆରଏଫରୁ ୨ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ଦିଆଯିବ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଘୋଷଣା କରିଛନ୍ତି । ଆହତଙ୍କୁ ୫୦ ହଜାର ଟଙ୍କା ଲେଖାଏଁ ଦିଆଯିବ ।’