କେନ୍ଦ୍ରାପଡା- ଜିଲ୍ଲା ସ୍ତରୀୟ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳିତ ହୋଇ ଯାଇଛି । ଅତିରିକ୍ତ ଜିଲ୍ଲାପାଳ ପିତାମ୍ବର ସାମଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଦୁର୍ନିତି ନିବାରଣ ବିଭାଗର ଡିଏସପି ଭାଗ୍ୟଲକ୍ଷ୍ମୀ ପୁହାଣ ଓ ଉପଖଣ୍ଡ ସୂଚନା ଲୋକ ସଂପର୍କ ଅଧିକାରୀ ଅଶୋକ ବଳିଆର ସିଂହ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିବା ବେଳେ କେନ୍ଦ୍ରାପଡା କଲେଜର ପୂର୍ବତନ ଅଧ୍ୟକ୍ଷ ପ୍ରଫେସର ନନ୍ଦ କିଶୋର ପରିଡା ମୁଖ୍ୟ ବକ୍ତା ଭାବେ ଯୋଗ ଦେଇଥିଲେ । ଦେଶର ଆର୍ଥିକ, ରାଜନୈତିକ ଓ ସାମାଜିକ ପ୍ରଗତି ପଥରେ ଦୁର୍ନିତି ହିଁ ସବୁଠାରୁ ବଡ ପ୍ରତିବନ୍ଧକ । ସମସ୍ତ କର୍ମଚାରୀ ଓ ଅଧିକାରୀ ଗଣ ନିଜ ନିଜର କର୍ତବ୍ୟ ଓ କାର୍ଯ୍ୟଧାରାରେ ସାଧୁତା ଓ ସ୍ୱଚ୍ଛତା ବଜାୟ ରଖିବା ସହ ଆତ୍ମ ସମୀକ୍ଷା କରିବା ନେଇ ଶ୍ରୀ ସାମଲ ପରାମର୍ଶ ଦେଇଥିଲେ । ରାଜ୍ୟ ସରକାର ଦୁର୍ନିତି ଅଭିଯୋଗରେ ୧୬୮ ଜଣ ଅଧିକାରୀ ଓ କର୍ମଚାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି । ଆମ ସମାଜରେ ଦୁର୍ନିତି ସବୁ କ୍ଷେତ୍ରକୁ ପରିବ୍ୟାପ୍ତ ହୋଇଥିବା ନେଇ ଅତିଥି ଗଣ ଓ ବକ୍ତାମାନେ କ୍ଷୋଭ ପ୍ରକାଶ କରି ଏହାକୁ ବିରୋଧ କରିବା ପାଇଁ ପରାମର୍ଶ ଦେଇଥିଲେ । ଅନ୍ୟ ମାନଙ୍କ ମଧ୍ୟରେ ସାମ୍ବାଦିକ ପରୀକ୍ଷିତ ପାତ୍ର, ଆଶିଷ ସେନାପତିଙ୍କ ସମେତ ଭବାନୀ ପ୍ରସାଦ ଓଝା, ହେମନ୍ତ କୁମାର ଜେନା ପ୍ରମୁଖ ବକ୍ତବ୍ୟ ରଖିଥିଲେ । ଏହି ଅବସରରେ ୧୮ ଜଣ ପ୍ରତିଯୋଗୀଙ୍କୁ ପୁରସ୍କାର ଓ ପ୍ରମାଣପତ୍ର ବଣ୍ଟନ କରାଯାଇ ଥିଲା । ସକାଳେ ଜିଲ୍ଲା କାର୍ଯ୍ୟାଳୟରୁ ଏକ ସଚେତନତା ଶୋଭାଯାତ୍ରା ସହର ପରିକ୍ରମା କରିଥିଲା । ଶ୍ରୀମତୀ ପୁହାଣ ଧନ୍ୟବାଦ ଅର୍ପଣ କରିଥିଲେ ।
Related Stories
November 23, 2024
November 23, 2024
November 23, 2024