ଭୁବନେଶ୍ୱର– ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ପୁଣି ୧୫ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଏହା ଫଳରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୭୩୬ କୁ ବୃଦ୍ଧି ପାଇଛି ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ ମୃତକ ମାନଙ୍କ ମଧ୍ୟରେ ଖୋର୍ଧା ଜିଲ୍ଲାର ୪ ଜଣ ରହିଥିବା ବେଳେ ପୁରୀ ଓ ମୟୁରଭଂଜ ଜିଲ୍ଲାର ୨-୨ ଜଣ ଅଛନ୍ତି । ସେହିପରି ବାଲେଶ୍ୱର,କଟକ, କନ୍ଧମାଳ, ମାଲକାନଗିରି, ନୟାଗଡ ଓ ନୂଆପଡା ଜିଲ୍ଲାରୁ ଜଣେ ଜଣେ ଅଛନ୍ତି ।
ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ବାଲେଶ୍ୱର ଜିଲ୍ଲାର ଜଣେ ୫୧ବର୍ଷୀୟ କରୋନା ଆକ୍ରାନ୍ତ ପୁରୁଷ ମୃତ୍ୟୁବରଣ କରିଛନ୍ତି । ଭୁବନେଶ୍ୱରର ଜଣେ ୬୨ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ସେ ମଧୁମେହ ଓ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ । ଭୁବନେଶ୍ୱରର ଜଣେ ୩୫ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ସେ କ୍ରନିକ କିଡନୀ ରୋଗରେ ପୀଡିତ ଥିଲେ । ଭୁବନେଶ୍ୱରର ଜଣେ୪୨ ବର୍ଷୀୟ କରୋନା ଆକ୍ରାନ୍ତ ପୁରୁଷଙ୍କ ମୃତ୍ୟୁ ଘଟିଛି । ଭୁବନେଶ୍ୱରର ଜଣେ ୭୨ ବର୍ଷୀୟ କରୋନା ଆକ୍ରାନ୍ତଙବ୍କ ମୃତ୍ୟୁ ଘଟିଥିବା ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
କଟକ ଜିଲ୍ଲାର ଜଣେ ୬୭ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ସେ ମଧୁମେହ ଓ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ । ଢେଙ୍କାନାଳକ ଜଣେ ୭୨ ବର୍ଷୀୟ କରୋନା ଆକ୍ରାନ୍ତ ପୁରୁଷ ମୃତ୍ୟୁବରଣ କରିଛନ୍ତି ।
କନ୍ଧମାଳ ଜିଲ୍ଲାର ଜଣେ ୭୫ ବର୍ଷୀୟ କରୋନା ସଂକ୍ରମିତ ପୁରୁଷ ମୃତ୍ୟୁବରଣ କରିଥିବା ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ସେ ମଧୁମେହ ଓ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ । ମାଲକାନଗିରି ଜିଲ୍ଲାର ଜଣେ ୪୧ ବର୍ଷୀୟ ପୁରୁଷ କରୋନା ସଂକ୍ରମିତ ମୃତ୍ୟୁବରଣ କରିଛନ୍ତି । ସେ ମଧୁମେହରେ ପୀଡିତ ଥିଲେ ।
ମୟୁରଭଂଜ ଜିଲ୍ଲାର ଜଣେ ୭୪ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ସେ ମଧୁମେହେ ପୀଡିତ ଥିଲେ । ମୟୁରଭଂଜ ଜିଲ୍ଲାର ଜଣେ ୭୪ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତଙ୍କ ମଧ୍ୟ ମୃତ୍ୟୁ ଘଟିଛି ।
ନୟାଗଡ ଜିଲ୍ଲାର ଜଣେ ୭୨ ବର୍ଷୀୟ ପୁରୁଷ କରୋନା ସଂକ୍ରମିତ ମୃତ୍ୟୁବରଣ କରିଛନ୍ତି । ସେ ମଧୁମେହ ଓ ଉଚ୍ଚ ରକ୍ତଚାପରେ ପୀଡିତ ଥିଲ । ନୂଆପଡା ଜିଲ୍ଲାର ଜଣେ ୩୭ ବର୍ଷୀୟ ପୁରୁଷ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ପୁରୀ ଜିଲ୍ଲାର ଜଣେ ୭୨ ବର୍ଷୀୟ କରୋନା ଆକ୍ରାନ୍ତ ପୁରୁଷ ଙ୍କ ମୃତ୍ୟୁ ଘଟିଛି । ସେ ମଧୁମେହରେ ପୀଡିତ ଥିଲେ । ପୁରୀ ଜିଲ୍ଲାର ଜଣେ ୭୦ ବର୍ଷୀୟ କରୋନା ଆକ୍ରାନ୍ତ ପୁରୁଷ ଙ୍କ ମୃତ୍ୟୁ ଘଟିଛି । ସେ ମଧୁମେହ ଓ ଉଚ୍ଚ ରକ୍ତଚାପରେ ପୀଡିତଥିଲ ।