ପାରଳାଖେମୁଣ୍ଡି– ଗଜପତି ଜିଲ୍ଲାରେ ଆଜି ନୂଆ ୪୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏଥିସହ ଜିଲ୍ଲାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୩୪୦୭ କୁ ବୃଦ୍ଧି ପାଇଛି । ୧୦୨୮ ନମୂନା ସଂଗ୍ରହ ପରେ ର୍ୟାପିଡ଼୍ ଆଂଟିଜେନ ଓ ଆରଟି-ପିସିଆର୍ ଟେଷ୍ଟ କରାଯାଇଥିଲା । ଏହି ପରୀକ୍ଷାରୁ ୪୨ଟି ରିପୋର୍ଟ ପଜିଟିଭ୍ ଆସିଥିଲା । ନୂଆ ଚିହ୍ନଟ ଏହି ଆକ୍ରାନ୍ତ ମାନଙ୍କୁ କୋଭିଡ଼୍ ହସ୍ପିଟାଲ ଓ କୋଭିଡ଼୍ କେୟାର ସେଂଟରରେ ଭର୍ତି କରାଯାଇଛି । ସାମାନ୍ୟ ଆକ୍ରାନ୍ତ ମାନଙ୍କୁ ହୋମ୍ ଆଇସୋଲେସନରେ ରହିବାକୁ ପରାମର୍ଶ ଦିଆଯାଇଛି ।
ନୂଆ ଚିହ୍ନଟ ଏହି ୪୨ ଆକ୍ରାନ୍ତଙ୍କ ମଧ୍ୟରେ ୨୪ ଜଣ ପୁରୁଷ ଓ ୧୮ ଜଣ ମହିଳା ରହିଛନ୍ତି । ତନ୍ମଧ୍ୟରେ ଦୁଇ ଜଣ ନାବାଳକ ଓ ୪ ଜଣ ନାବାଳିକା ରହିଛନ୍ତି । ଆକ୍ରାନ୍ତ ମାନଙ୍କର ବୟସ ୧୨ ବର୍ଷରୁ ୭୦ ବର୍ଷ ମଧ୍ୟରେ ରହିଛି । ଏହି ଆକ୍ରାନ୍ତ ମାନଙ୍କ ମଧ୍ୟରେ ପାରଳାଖେମୁଣ୍ଡି ପୌରାଚଂଳରୁ ୧୦ ଜଣ, ଗୋଷାଣି ବ୍ଲକରୁ ୮ ଜଣ, ଗୁମ୍ମା ବ୍ଲକରୁ ୬ ଜଣ, କାଶୀନଗର ବ୍ଲକରୁ ଜଣେ, ମୋହନା ବ୍ଲକରୁ ଜଣେ, ନୂଆଗଡ଼ ବ୍ଲକରୁ ୫ ଜଣ, ଆର୍. ଉଦୟଗିରି ବ୍ଲକରୁ ୩ ଜଣ ଏବଂ ରାୟଗଡ଼ ବ୍ଲକରୁ ୮ ଜଣ ରହିଛନ୍ତି ।
ଘରକୁ ଘର ବୁଲି ମେଡ଼ିକାଲ ଟିମ୍ ର ସର୍ଭେଲାନ୍ସ ବେଳେ ୩୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ପୂର୍ବ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ୪ ଜଣ ସଂକ୍ରମିତ ହୋଇଛନ୍ତି । ଏହା ବ୍ୟତୀତ ଜଣେ କୋଭିଡ଼୍ ଯୋଦ୍ଧା ରହିଛନ୍ତି । ଅଦ୍ୟାବଧି ଜିଲ୍ଲାରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୨ ରହିଛି । ଜଣକର ଅନ୍ୟ କାରଣରୁ ମୃତ୍ୟୁ ଘଟିଥିବା ନେଇ ଜିଲ୍ଲା ପ୍ରଶାସନ ସୂତ୍ରରୁ ଜାରୀ କରାଯାଇଥିବା ପ୍ରେସ୍ ବିଜ୍ଞପ୍ତିରୁ ସୂଚନା ମିଳିଛି ।