ମାଲକାନଗିରି– ମାଲକାନଗିରି ଜିଲ୍ଲାରେ ଆଜି ଆଉ ୩୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏଥିସହ ଜିଲ୍ଲାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୩୩୩୩ କୁ ବୃଦ୍ଧି ପାଇଛି । ରିପୋର୍ଟ ପଜିଟିଭ୍ ଆସିବା ପରେ ଗୁରୁତର ଆକ୍ରାନ୍ତ ମାନଙ୍କୁ କୋଭିଡ଼୍ ହସ୍ପିଟାଲରେ ଭର୍ତି କରାଯାଇଛି । ସେହିପରି ସାମାନ୍ୟ ଆକ୍ରାନ୍ତ ମାନଙ୍କୁ ହୋମ୍ ଆଇସୋଲେସନରେ ରହିବାକୁ ପରାମର୍ଶ ଦିଆଯାଇଛି ।
ନୂଆ ଚିହ୍ନଟ ଏହି ଆକ୍ରାନ୍ତ ମାନଙ୍କ ମଧ୍ୟରେ ମାଲକାନଗିରି ପୌରାଚଂଳରୁ ୧୨ ଜଣ, ବାଲିମେଳା ବିଜ୍ଞାପିତ ଅଂଚଳରୁ ୨ ଜଣ, ମାଲକାନଗିରି ବ୍ଲକରୁ ୧୦ ଜଣ, ମାଥିଲି ବ୍ଲକରୁ ଜଣେ, କାଲିମେଳା ବ୍ଲକରୁ ୫ ଜଣ, ଖଇରପୁଟ ବ୍ଲକରୁ ୩ ଜଣ ଏବଂ ଚିତ୍ରକୋଣ୍ଡା ବ୍ଲକରୁ ଜଣେ ଆକ୍ରାନ୍ତ ରହିଛନ୍ତି । ଏମାନଙ୍କ ମଧ୍ୟରେ ଦୁଇ ଜଣ କରୋନା ଯୋଦ୍ଧା ରହିଛନ୍ତି । ଆଜି ଚିହ୍ନଟ ୩୪ ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ଜଣ ବିଭିନ୍ନ କ୍ଲିନିକରୁ ରେଫର୍ ହୋଇ ଚିକିତ୍ସା ନିମନ୍ତେ ମେଡିକାଲକୁ ଆସି ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ଘରକୁ ଘର ବୁଲି ମେଡ଼ିକାଲ ଟିମ୍ ର ସର୍ଭେଲାନ୍ସ ବେଳେ ୯ ଜଣ ବ୍ୟକ୍ତି ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ପୂର୍ବ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ୬ ଜଣ ସଂକ୍ରମିତ ହୋଇଛନ୍ତି । ଏବଂ ହଟସ୍ପଟ ଜିଲ୍ଲାରୁ ଫେରନ୍ତା ଜଣେ ରହିଛନ୍ତି ।
ଅଦ୍ୟାବଧି ଜିଲ୍ଲାରେ ୨୮୩୫ ଆକ୍ରାନ୍ତ ସୁସ୍ଥ ହେଲେଣି । କରୋନାଜନିତ ସକ୍ରିୟ ମାମଲା ୪୮୭ ରହିଛି । ସେହିପରି ଅଦ୍ୟାବଧି ଜିଲ୍ଲାରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୧ ରହିଛି ।