ଭୁବନେଶ୍ୱର– ପୂର୍ବତନ ମନ୍ତ୍ରୀ ଶେଖ ମତଲୁବ ଅଲିଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି ।
ମୁଖ୍ୟମନ୍ତ୍ରୀ ଟ୍ୱିଟ କରି କହିଛନ୍ତି ଯେ – ବରିଷ୍ଠ ରାଜନେତା ତଥା ପୂର୍ବତନ ମନ୍ତ୍ରୀ ଶେଖ ମତଲୁବ ଅଲ୍ଲୀଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ । ଏପରି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୋର ସମବେଦନା ଜଣାଇବା ସହ ତାଙ୍କ ଅମର ଆତ୍ମାର ସଦଗତି କାମନା କରୁଛି ।