ମାଲକାନଗିରି– ମାଲକାନଗିରି ଜିଲ୍ଲାରେ ଆଜି ଆଉ ୬୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏଥିସହ ଜିଲ୍ଲାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୩୩୯୪ କୁ ବୃଦ୍ଧି ପାଇଛି । ରିପୋର୍ଟ ପଜିଟିଭ୍ ଆସିବା ପରେ ଗୁରୁତର ଆକ୍ରାନ୍ତ ମାନଙ୍କୁ କୋଭିଡ଼୍ ହସ୍ପିଟାଲରେ ଭର୍ତି କରାଯାଇଛି ।
ସେହିପରି ସାମାନ୍ୟ ଆକ୍ରାନ୍ତ ମାନଙ୍କୁ ହୋମ୍ ଆଇସୋଲେସନରେ ରହିବାକୁ ପରାମର୍ଶ ଦିଆଯାଇଛି । ନୂଆ ଚିହ୍ନଟ ଏହି ଆକ୍ରାନ୍ତ ମାନଙ୍କ ମଧ୍ୟରେ ମାଲକାନଗିରି ପୌରାଚଂଳରୁ ୧୧ ଜଣ, ବାଲିମେଳା ବିଜ୍ଞାପିତ ଅଂଚଳରୁ ୩ ଜଣ, ମାଲକାନଗିରି ବ୍ଲକରୁ ୭ ଜଣ, ମାଥିଲି ବ୍ଲକରୁ ୧୧ ଜଣ, କୋରକୁଣ୍ଡା ବ୍ଲକରୁ ୭ ଜଣ, ଖଇରପୁଟ ବ୍ଲକରୁ ୩ ଜଣ, କାଲିମେଳା ବ୍ଲକରୁ ୧୪ ଜଣ, ଚିତ୍ରକୋଣ୍ଡା ବ୍ଲକରୁ ୩ ଜଣ ଏବଂ ପଡ଼ିଆ ବ୍ଲକରୁ ୨ ଜଣ ଆକ୍ରାନ୍ତ ରହିଛନ୍ତି । ଏମାନଙ୍କ ମଧ୍ୟରେ ୭ ଜଣ କରୋନା ଯୋଦ୍ଧା ରହିଛନ୍ତି ।
ଆଜି ଚିହ୍ନଟ ୬୧ ଆକ୍ରାନ୍ତଙ୍କ ମଧ୍ୟରୁ ୩୩ ଜଣ ବିଭିନ୍ନ କ୍ଲିନିକରୁ ରେଫର୍ ହୋଇ ଚିକିତ୍ସା ନିମନ୍ତେ ମେଡିକାଲକୁ ଆସି ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ଘରକୁ ଘର ବୁଲି ମେଡ଼ିକାଲ ଟିମ୍ ର ସର୍ଭେଲାନ୍ସ ବେଳେ ୨୫ ଜଣ ବ୍ୟକ୍ତି ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ପୂର୍ବ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ୩ ଜଣ ସଂକ୍ରମିତ ହୋଇଛନ୍ତି । ଅଦ୍ୟାବଧି ଜିଲ୍ଲାରେ ୨୮୮୦ ଆକ୍ରାନ୍ତ ସୁସ୍ଥ ହେଲେଣି । କରୋନାଜନିତ ସକ୍ରିୟ ମାମଲା ୫୦୩ ରହିଛି । ସେହିପରି ଅଦ୍ୟାବଧି ଜିଲ୍ଲାରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୧ ରହିଛି ।