ଭୁବନେଶ୍ୱର– ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ପୁଣି ୧୬ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଏହା ଫଳରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୭୬୭ କୁ ବୃଦ୍ଧି ପାଇଛି ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ ମୃତକ ମାନଙ୍କ ମଧ୍ୟରେ ଖୋର୍ଧା ଜିଲ୍ଲାର ୪ ଜଣ, ପୁରୀ ଜିଲ୍ଲାର ୩ ଜଣ ତଥା ମୟୁରଭଂଜ ଜିଲ୍ଲାର ୨ ଜଣ ଅଛନ୍ତି । ସେହିପରି ଅନୁଗୁଳ, ବଲାଙ୍ଗୀର,କଟକ, କନ୍ଧମାଳ, କେନ୍ଦ୍ରାପଡା ତଥା ରାୟଗଡା ଜିଲ୍ଲାର ଜଣେ ଜଣେ ଅଛନ୍ତି ।
ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଅନୁଗୁଳ ଜିଲ୍ଲାର ଜଣେ ୬୦ ବର୍ଷୀୟ କରୋନା ସଂକ୍ରମିତ ପୁରଷ ମୃତ୍ୟୁବରଣ କରିଛନ୍ତି । ବଲାଙ୍ଗୀର ଜିଲ୍ଲାର ଜଣେ ୬୭ ବର୍ଷୀୟ କରୋନା ଆକ୍ରାନ୍ତ ପୁରୁଷ ମୃତ୍ୟୁବରଣ କରିଛନ୍ତି । ସେ ମଧୁମେହ ଓ ଉଚ୍ଚ ରକ୍ତଚାପ ରୋଗରେ ପୀଡିତ ଥିଲେ ।
ଭୁବନେଶ୍ୱରର ଜଣେ ୭୦ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ସେ ମଧୁମେହ ଓ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ । ଭୁବନେଶ୍ୱରର ଜଣେ ୭୬ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ସେ ମଧୁମେହ ଓ ଉଚ୍ଚ ରକ୍ତଚାପ ଓ ଅନ୍ୟ ରୋଗରେ ପୀଡିତ ଥିଲେ । ଭୁବନେଶ୍ୱରର ଜଣେ ୬୦ ବର୍ଷୀୟ କରୋନା ଆକ୍ରାନ୍ତ ପୁରୁଷଙ୍କ ମୃତ୍ୟୁ ଘଟିଛି । ସେ କ୍ରନିକ କିଡନୀ ରୋଗରେ ପୀଡିତ ଥିଲେ । ଭୁବନେଶ୍ୱରର ଜଣେ ୬୩ ବର୍ଷ ବୟସ୍କ କରୋନା ସଂକ୍ରମିତ ପୁରୁଷଙ୍କ ମୃତ୍ୟୁ ଘଟିଛି ।
କଟକ ଜିଲ୍ଲାର ଜଣେ ଜଣେ ୭୨ ବର୍ଷୀୟ ମହିଳା କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ସେ ମଧୁମେହ ଓ କ୍ରନିକ କିଡନି ରୋଗରେ ପୀଡିତଥିଲେ । ସେହିପରି କେନ୍ଦ୍ରାପଡା ଜିଲ୍ଲାର ଜଣେ ୮୧ ବର୍ଷୀୟ ପୁରୁଷ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । କନ୍ଧମାଳ ଜିଲ୍ଲାରେ ଜଣେ ୫୦ ବର୍ଷୀୟ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ସେ ମଧୁମେହ ଓ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ ।
ମୟୁରଭଂଜ ଜିଲ୍ଲାର ଜଣେ ୪୫ ବର୍ଷୀୟ ମହିଳା କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ମୟୁରଭଂଜ ଜିଲ୍ଲାର ଜଣେ ୫୯ ବର୍ଷୀୟ କରୋନା ଆକ୍ରାନ୍ତ ପୁରୁଷ ମୃତ୍ୟୁବରଣ କରିଛନ୍ତି । ପୁରୀ ଜିଲ୍ଲାର ଜଣେ ୬୦ ବର୍ଷୀୟ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ସେ ମଧୁମେହରେ ପୀଡିତ ଥିଲେ । ପୁରୀ ଜିଲ୍ଲାର ଜଣେ ୮୪ ବର୍ଷୀୟ କରୋନା ସଂକ୍ରମିତ ପୁରୁଷ ମୃତ୍ୟୁବରଣ କରିଥିବା ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ସେ ଉଚ୍ଚ ରକ୍ତଚାପ ଓ ଅନ୍ୟ ରୋଗରେ ପୀଡିତ ଥିଲେ । ପୁରୀ ଜିଲ୍ଲାର ଜଣେ ୬୦ ବର୍ଷୀୟ ପୁରୁଷ କରୋନା ସଂକ୍ରମିତ ମୃତ୍ୟୁବରଣ କରିଛନ୍ତି । ରାୟଗଡା ଜିଲ୍ଲାର ଜଣେ ୫୬ ବର୍ଷୀୟ ପୁରୁଷ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି ।