ପାରଳାଖେମୁଣ୍ଡି– ଗଜପତି ଜିଲ୍ଲାରେ ଆଜି ନୂଆ ୨୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏଥିସହ ଜିଲ୍ଲାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୩୪୬୦ କୁ ବୃଦ୍ଧି ପାଇଛି । ୮୬୦ ନମୂନା ସଂଗ୍ରହ ପରେ ର୍ୟାପିଡ଼୍ ଆଂଟିଜେନ ଟେଷ୍ଟ କରାଯାଇଥିଲା । ଏହି ପରୀକ୍ଷାରୁ ୨୦ଟି ରିପୋର୍ଟ ପଜିଟିଭ୍ ଆସିଥିଲା । ନୂଆ ଚିହ୍ନଟ ଏହି ଆକ୍ରାନ୍ତ ମାନଙ୍କୁ କୋଭିଡ଼୍ ହସ୍ପିଟାଲ ଓ କୋଭିଡ଼୍ କେୟାର ସେଂଟରରେ ଭର୍ତି କରାଯାଇଛି । ସାମାନ୍ୟ ଆକ୍ରାନ୍ତ ମାନଙ୍କୁ ହୋମ୍ ଆଇସୋଲେସନରେ ରହିବାକୁ ପରାମର୍ଶ ଦିଆଯାଇଛି ।
ନୂଆ ଚିହ୍ନଟ ଏହି ୨୦ ଆକ୍ରାନ୍ତଙ୍କ ମଧ୍ୟରେ ୧୨ ଜଣ ପୁରୁଷ ଓ ୮ ଜଣ ମହିଳା ରହିଛନ୍ତି । ଏମାନଙ୍କର ବୟସ ୨୫ ବର୍ଷରୁ ୬୦ ବର୍ଷ ମଧ୍ୟରେ ରହିଛି । ଏହି ଆକ୍ରାନ୍ତ ମାନଙ୍କ ମଧ୍ୟରେ ପାରଳାଖେମୁଣ୍ଡି ପୌରାଚଂଳରୁ ୪ ଜଣ, ଗୋଷାଣି ବ୍ଲକରୁ ଜଣେ, କାଶୀନଗର ବ୍ଲକରୁ ଜଣେ, ମୋହନା ବ୍ଲକରୁ ୪ ଜଣ, ଆର୍. ଉଦୟଗିରି ବ୍ଲକରୁ ୯ ଜଣ ଏବଂ ରାୟଗଡ଼ ବ୍ଲକରୁ ଜଣେ ଆକ୍ରାନ୍ତ ରହିଛନ୍ତି । ଘରକୁ ଘର ବୁଲି ମେଡ଼ିକାଲ ଟିମ୍ ର ସର୍ଭେଲାନ୍ସ ବେଳେ ୧୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ଅନ୍ୟ ଦୁଇ ଜଣ କୋଭିଡ଼୍ ଯୋଦ୍ଧା ରହିଛନ୍ତି ।
ଅଦ୍ୟାବଧି ଜିଲ୍ଲାରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୨ ରହିଛି । ଜଣକର ଅନ୍ୟ କାରଣରୁ ମୃତ୍ୟୁ ଘଟିଥିବା ନେଇ ଜିଲ୍ଲା ପ୍ରଶାସନ ସୂତ୍ରରୁ ଜାରୀ କରାଯାଇଥିବା ପ୍ରେସ୍ ବିଜ୍ଞପ୍ତିରୁ ସୂଚନା ମିଳିଛି ।