ଭୁବନେଶ୍ୱର– ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ପୁଣି ୧୪ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଏହା ଫଳରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୭୯୭ କୁ ବୃଦ୍ଧି ପାଇଛି ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ ମୃତକ ମାନଙ୍କ ମଧ୍ୟରେ ଖୋର୍ଧା ଓ କଟକ ଜିଲ୍ଲାର ୩-୩ ଜଣ, କେନ୍ଦ୍ରାପଡା ଓ ଯାଜପୁର ଜିଲ୍ଲାର ୨-୨ ଜଣ ରହିଛନ୍ତି । ସେହିପରି ବଲାଙ୍ଗୀର,ଢେଙ୍କାନାଳ, ଗଜପତି ଓ ସୁବର୍ଣପୁର ଜିଲ୍ଲାର ଜଣେ ଜଣେ ଅଛନ୍ତି ।
ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ବଲାଙ୍ଗୀର ଜିଲ୍ଲାର ଜଣେ ୬୦ ବର୍ଷୀୟ କରୋନା ସଂକ୍ରମିତ ପୁରଷ ମୃତ୍ୟୁବରଣ କରିଛନ୍ତି । ଭୁବନେଶ୍ୱରର ଜଣେ ୪୨ ବର୍ଷୀୟ କରୋନା ଆକ୍ରାନ୍ତ ପୁରୁଷ ମୃତ୍ୟୁବରଣ କରିଛନ୍ତି । ଭୁବନେଶ୍ୱରର ଜଣେ ୫୮ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି ।
କଟକ ଜିଲ୍ଲାର ଜଣେ ୪୫ ବର୍ଷୀୟ ମହିଳା କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । କଟକ ଜିଲ୍ଲାର ଜଣେ ୫୬ ବର୍ଷୀୟ କରୋନା ଆକ୍ରାନ୍ତ ପୁରୁଷଙ୍କ ମୃତ୍ୟୁ ଘଟିଛି । କଟକ ଜିଲ୍ଲାର ଜଣେ ୪୨ ବର୍ଷ ବୟସ୍କ ପୁରୁଷ କରୋନା ସଂକ୍ରମିତ ମହିଳାଙ୍କ ମୃତ୍ୟୁ ଘଟିଛି ।
ଢେଙ୍କାନାଳ ଜିଲ୍ଲାର ଜଣେ ଜଣେ ୪୫ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ସେହିପରି ଗଜପତି ଜିଲ୍ଲାର ଜଣେ ୬୩ ବର୍ଷୀୟ ପୁରୁଷ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ସେ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ । ଯାଜପୁର ଜିଲ୍ଲାରେ ଜଣେ ୬୫ ବର୍ଷୀୟ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ସେ ମଧୁମେହରେ ପୀଡିତ ଥିଲେ । ଯାଜପୁର ଜିଲ୍ଲାର ଜଣେ ୫୫ ବର୍ଷୀୟ ମହିଳା କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି ।
କେନ୍ଦ୍ରାପଡା ଜିଲ୍ଲାର ଜଣେ ୫୨ ବର୍ଷୀୟ କରୋନା ଆକ୍ରାନ୍ତ ପୁରୁଷ ମୃତ୍ୟୁବରଣ କରିଛନ୍ତି । କେନ୍ଦ୍ରାପଡା ଜିଲ୍ଲାର ଜିଲ୍ଲାର ଜଣେ ୩୫ ବର୍ଷୀୟା ମହିଳା କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ସେ ଡାଇବେଟିସରେ ପୀଡିତ ଥିଲେ ।
ଖୋର୍ଧା ଜିଲ୍ଲାର ଜଣେ ୬୭ ବର୍ଷୀୟ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ସୁବର୍ଣପୁର ଜିଲ୍ଲାର ଜଣେ ୩୧ ବର୍ଷୀୟ ମହିଳା କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ସେ ମଧୁମେହରେ ପୀଡିତ ଥିଲେ ।