ଗଞ୍ଜାମ– ଗଞ୍ଜାମ ଜିଲ୍ଲାରେ ଆଜି ନୂଆ ୨୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ରିପୋର୍ଟ ପଜିଟିଭ୍ ଆସିବା ପରେ ଆକ୍ରାନ୍ତ ମାନଙ୍କୁ କୋଭିଡ଼୍ ହସ୍ପିଟାଲ ଭର୍ଭି କରାଯାଇଛି । ସାମାନ୍ୟ ଆକ୍ରାନ୍ତ ମାନଙ୍କୁ ହୋମ୍ ଆଇସୋଲେସନରେ ରହିବାକୁ ପରାମର୍ଶ ଦିଆଯାଇଛି । ଏଥିସହ ଜିଲ୍ଲାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୦୦୪୩ କୁ ବୃଦ୍ଧି ପାଇଛି ।
ସେହିପରି ଜିଲ୍ଲାରେ ଆଜି ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ଘୋଷଣା କରାଯାଇଛି । ମୃତକ ଜଣକ ୫୫ ବର୍ଷିୟ ମହିଳା । ଏହାକୁ ମିଶାଇ ଜିଲ୍ଲାରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୧୯ କୁ ବୃଦ୍ଧି ପାଇଛି ।