ମାଲକାନଗିରି– ମାଲକାନଗିରି ଜିଲ୍ଲାରେ ଆଜି ଆଉ ୨୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏଥିସହ ଜିଲ୍ଲାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୩୫୧୨ କୁ ବୃଦ୍ଧି ପାଇଛି । ରିପୋର୍ଟ ପଜିଟିଭ୍ ଆସିବା ପରେ ଗୁରୁତର ଆକ୍ରାନ୍ତ ମାନଙ୍କୁ କୋଭିଡ଼୍ ହସ୍ପିଟାଲରେ ଭର୍ତି କରାଯାଇଛି । ସେହିପରି ସାମାନ୍ୟ ଆକ୍ରାନ୍ତ ମାନଙ୍କୁ ହୋମ୍ ଆଇସୋଲେସନରେ ରହିବାକୁ ପରାମର୍ଶ ଦିଆଯାଇଛି । ନୂଆ ଚିହ୍ନଟ ଏହି ଆକ୍ରାନ୍ତ ମାନଙ୍କ ମଧ୍ୟରେ ମାଲକାନଗିରି ପୌରାଚଂଳରୁ ୮ ଜଣ, ମାଲକାନଗିରି ବ୍ଲକରୁ ୩ ଜଣ, ମାଥିଲି ବ୍ଲକରୁ ଜଣେ, ବାଲିମେଳା ବିଜ୍ଞାପିତ ଅଂଚଳରୁ ଜଣେ, କୋରକୁଣ୍ଡା ବ୍ଲକରୁ ଜଣେ, ପଡ଼ିଆ ବ୍ଲକରୁ ଜଣେ, ଚିତ୍ରକୋଣ୍ଡା ବ୍ଲକରୁ ଜଣେ ଏବଂ ଖଇରପୁଟ ବ୍ଲକରୁ ୨ ଜଣ ରହିଛନ୍ତି । ଏମାନଙ୍କ ମଧ୍ୟରେ ୭ ଜଣ କରୋନା ଯୋଦ୍ଧା ରହିଛନ୍ତି ।
ଆଜି ଚିହ୍ନଟ ୨୧ ଆକ୍ରାନ୍ତଙ୍କ ମଧ୍ୟରୁ ୧୫ ଜଣ ବିଭିନ୍ନ କ୍ଲିନିକରୁ ରେଫର୍ ହୋଇ ଚିକିତ୍ସା ନିମନ୍ତେ ମେଡିକାଲକୁ ଆସି ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ଘରକୁ ଘର ବୁଲି ମେଡ଼ିକାଲ ଟିମ୍ ର ସର୍ଭେଲାନ୍ସ ବେଳେ ୫ ଜଣ ବ୍ୟକ୍ତି ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ପୂର୍ବ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ଜଣେ ସଂକ୍ରମିତ ହୋଇଛନ୍ତି ।
ଅଦ୍ୟାବଧି ଜିଲ୍ଲାରେ ୩୦୪୯ ଆକ୍ରାନ୍ତ ସୁସ୍ଥ ହେଲେଣି । କରୋନାଜନିତ ସକ୍ରିୟ ମାମଲା ୪୫୨ ରହିଛି । ସେହିପରି ବର୍ତମାନ ସୁଦ୍ଧା ଜିଲ୍ଲାରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୧ ରହିଛି ।