
ମାଲକାନଗିରି– ମାଲକାନଗିରି ଜିଲ୍ଲାରେ ଆଜି ଆଉ ୨୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏଥିସହ ଜିଲ୍ଲାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୩୫୩୬ କୁ ବୃଦ୍ଧି ପାଇଛି । ରିପୋର୍ଟ ପଜିଟିଭ୍ ଆସିବା ପରେ ଗୁରୁତର ଆକ୍ରାନ୍ତ ମାନଙ୍କୁ କୋଭିଡ଼୍ ହସ୍ପିଟାଲରେ ଭର୍ତି କରାଯାଇଛି । ସେହିପରି ସାମାନ୍ୟ ଆକ୍ରାନ୍ତ ମାନଙ୍କୁ ହୋମ୍ ଆଇସୋଲେସନରେ ରହିବାକୁ ପରାମର୍ଶ ଦିଆଯାଇଛି ।
ନୂଆ ଚିହ୍ନଟ ଏହି ଆକ୍ରାନ୍ତ ମାନଙ୍କ ମଧ୍ୟରେ ମାଲକାନଗିରି ପୌରାଚଂଳରୁ ୧୦ ଜଣ, ମାଲକାନଗିରି ବ୍ଲକରୁ ଜଣେ, ମାଥିଲି ବ୍ଲକରୁ ଜଣେ, ବାଲିମେଳା ବିଜ୍ଞାପିତ ଅଂଚଳରୁ ୬ ଜଣ, ପଡ଼ିଆ ବ୍ଲକରୁ ୨ ଜଣ, ଖଇରପୁଟ ବ୍ଲକରୁ ୨ ଜଣ ଏବଂ କାଲିମେଳା ବ୍ଲକରୁ ୨ ଜଣ ରହିଛନ୍ତି । ଏମାନଙ୍କ ମଧ୍ୟରେ ଦୁଇ ଜଣ କରୋନା ଯୋଦ୍ଧା ରହିଛନ୍ତି । ଆଜି ଚିହ୍ନଟ ୨୪ ଆକ୍ରାନ୍ତଙ୍କ ମଧ୍ୟରୁ ୧୧ ଜଣ ବିଭିନ୍ନ କ୍ଲିନିକରୁ ରେଫର୍ ହୋଇ ଚିକିତ୍ସା ନିମନ୍ତେ ମେଡିକାଲକୁ ଆସି ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ଘରକୁ ଘର ବୁଲି ମେଡ଼ିକାଲ ଟିମ୍ ର ସର୍ଭେଲାନ୍ସ ବେଳେ ୧୦ ଜଣ ବ୍ୟକ୍ତି ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ପୂର୍ବ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ୩ ଜଣ ସଂକ୍ରମିତ ହୋଇଛନ୍ତି ।
ଅଦ୍ୟାବଧି ଜିଲ୍ଲାରେ ୩୧୦୨ ଆକ୍ରାନ୍ତ ସୁସ୍ଥ ହେଲେଣି । କରୋନାଜନିତ ସକ୍ରିୟ ମାମଲା ୪୨୩ ରହିଛି । ସେହିପରି ବର୍ତମାନ ସୁଦ୍ଧା ଜିଲ୍ଲାରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୧ ରହିଛି ।