ପାରଳାଖେମୁଣ୍ଡି– ଗଜପତି ଜିଲ୍ଲାରୁ ଆଜି ନୂଆ ୧୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏଥିସହ ଜିଲ୍ଲାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୩୬୦୦ କୁ ବୃଦ୍ଧି । ୮୪୩ ନମୂନା ସଂଗ୍ରହ ପରେ ର୍ୟାପିଡ଼୍ ଆଂଟିଜେନ ଓ ଆରଟି-ପିସିଆର ଟେଷ୍ଟ କରାଯାଇଥିଲା । ଏହି ପରୀକ୍ଷାରୁ ୧୯ଟି ରିପୋର୍ଟ ପଜିଟିଭ୍ ଆସିଥିଲା । ନୂଆ ଚିହ୍ନଟ ଏହି ଆକ୍ରାନ୍ତ ମାନଙ୍କୁ କୋଭିଡ଼୍ ହସ୍ପିଟାଲ / କୋଭିଡ଼୍ କେୟାର ସେଂଟରରେ ଭର୍ତି କରାଯାଇଛି । ସାମାନ୍ୟ ଆକ୍ରାନ୍ତ ମାନଙ୍କୁ ହୋମ୍ ଆଇସୋଲେସନରେ ରହିବାକୁ ପରାମର୍ଶ ଦିଆଯାଇଛି ।
ନୂଆ ଚିହ୍ନଟ ଏହି ୧୯ ଆକ୍ରାନ୍ତଙ୍କ ମଧ୍ୟରେ ୧୪ ଜଣ ପୁରୁଷ ଓ ୫ ଜଣ ମହିଳା ରହିଛନ୍ତି । ତନ୍ମଧ୍ୟରେ ଜଣେ ନାବାଳିକ ରହିଛି । ଏମାନଙ୍କର ବୟସ ୧୪ ବର୍ଷରୁ ୭୬ ବର୍ଷ ମଧ୍ୟରେ ରହିଛି । ଏହି ଆକ୍ରାନ୍ତ ମାନଙ୍କ ମଧ୍ୟରେ ପାରଳାଖେମୁଣ୍ଡି ପୌରାଚଂଳରୁ ୯ ଜଣ, ଗୁମ୍ମା ବ୍ଲକରୁ ଜଣେ, କାଶୀନଗର ବ୍ଲକରୁ ଜଣେ, ଆର୍. ଉଦୟଗିରି ବ୍ଲକରୁ ୪ ଜଣ, ରାୟଗଡ଼ ବ୍ଲକରୁ ଜଣେ ଏବଂ ମୋହନା ବ୍ଲକରୁ ୨ ଜଣ ରହିଛନ୍ତି । ଏହା ବ୍ୟତୀତ ଆନ୍ଧ୍ରପ୍ରଦେଶ ରାଜ୍ୟ ସିକାକୁଲମ ଜିଲ୍ଲା ଅନ୍ତର୍ଗତ କାଡ଼ୁମୁ ଗ୍ରାମରୁ ଜଣେ ରହିଛନ୍ତି ।
ଘରକୁ ଘର ବୁଲି ମେଡ଼ିକାଲ ଟିମ୍ ର ସର୍ଭେଲାନ୍ସ ବେଳେ ୧୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ଆନ୍ଧ୍ରପ୍ରଦେଶର କାଡ଼ୁମୁ ଗ୍ରାମରୁ ଜଣେ ରହିଛନ୍ତି । ଅନ୍ୟ ୪ ଜଣ କୋଭିଡ଼୍ ଯୋଦ୍ଧା ରହିଛନ୍ତି । ସେହିପରି ଅଦ୍ୟାବଧି ଜିଲ୍ଲାରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୩ ରହିଛି । ଜଣକର ଅନ୍ୟ କାରଣରୁ ମୃତ୍ୟୁ ଘଟିଥିବା ନେଇ ଜିଲ୍ଲା ପ୍ରଶାସନ ସୂତ୍ରରୁ ଜାରୀ କରାଯାଇଥିବା ପ୍ରେସ୍ ବିଜ୍ଞପ୍ତିରୁ ସୂଚନା ମିଳିଛି ।