
ଭୁବନେଶ୍ୱର– ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ପୁଣି ୧୫ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଏହା ଫଳରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୯୦୭ କୁ ବୃଦ୍ଧି ପାଇଛି ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ ମୃତକ ମାନଙ୍କ ମଧ୍ୟରେ ଖୋର୍ଧା ଓ କଟକ ଜିଲ୍ଲାର ୩-୩ ଜଣ ଥିବା ବେଳେ କେନ୍ଦ୍ରାପଡା ଜିଲ୍ଲାର ୨ ଜଣ ଅଛନ୍ତି । ସେହିପରି ବୌଦ୍ଧ, ଢେଙ୍କାନାଳ, ଜଗତସିଂହପୁର, କେନ୍ଦୁଝର, କୋରାପୁଟ,ମାଲକାନଗିରି ଓ ସମ୍ବଲପୁର ଜିଲ୍ଲାର ଜଣେ ଜଣେ ଅଛନ୍ତି ।