
ଭୁବନେଶ୍ୱର– ପିପିଲି ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ପ୍ରଦୀପ ମହାରଥୀଙ୍କ ବିୟୋଗରେ ବିଧାନସଭାରେ ଶୋକ ପ୍ରସ୍ତାବ ପାରିତ ହୋଇଛି । ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏ ନେଇ ଗୃହରେ ଶୋକ ପ୍ରସ୍ତାବ ଆଗତ କରିଥିଲୋ ବିରୋଧୀ ଦଳର ନେତା ପ୍ରଦୀପ୍ତ ନାୟକ ଏହାକୁ ସମର୍ଥନ କରିଥିଲେ । ଶୋକ ପ୍ରସ୍ତାବ ପାରିତ ହେବା ପରେ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଗୃହକୁ ଆସନ୍ତା କାଲି ୧୦.୩୦ ଯାଏ ମୁଲତବୀ ଘୋଷଣା କରିଥିଲେ । ଆଜି ବିଧାନସଭାରେ କୌଣସି କାମ ହୋଇ ନ ଥିଲା ।