ମାଲକାନଗିରି– ମାଲକାନଗିରି ଜିଲ୍ଲାରେ ଆଜି ଆଉ ୬୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏଥିସହ ଜିଲ୍ଲାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୩୮୮୨ କୁ ବୃଦ୍ଧି ପାଇଛି । ରିପୋର୍ଟ ପଜିଟିଭ୍ ଆସିବା ପରେ ଗୁରୁତର ଆକ୍ରାନ୍ତ ମାନଙ୍କୁ କୋଭିଡ଼୍ ହସ୍ପିଟାଲରେ ଭର୍ତି କରାଯାଇଛି ।
ସେହିପରି ସାମାନ୍ୟ ଆକ୍ରାନ୍ତ ମାନଙ୍କୁ ହୋମ୍ ଆଇସୋଲେସନରେ ରହିବାକୁ ପରାମର୍ଶ ଦିଆଯାଇଛି । ନୂଆ ଚିହ୍ନଟ ଏହି ଆକ୍ରାନ୍ତ ମାନଙ୍କ ମଧ୍ୟରେ ମାଲକାନଗିରି ପୌରାଚଂଳରୁ ୧୬ ଜଣ, ମାଲକାନଗିରି ବ୍ଲକରୁ ୧୧, ମାଥିଲି ବ୍ଲକରୁ ୨ ଜଣ, ବାଲିମେଳା ବିଜ୍ଞାପିତ ଅଂଚଳରୁ ୫ ଜଣ, ଖଇରପୁଟ ବ୍ଲକରୁ ଜଣେ, ଚିତ୍ରକୋଣ୍ଡା ବ୍ଲକରୁ ୯ ଜଣ, କୋରକୁଣ୍ଡା ବ୍ଲକରୁ ୯ ଜଣ, ପଡ଼ିଆ ବ୍ଲକରୁ ଜଣେ, ଏବଂ କାଲିମେଳା ବ୍ଲକରୁ ୧୩ ଜଣ ରହିଛନ୍ତି । ତନ୍ମଧ୍ୟରେ ତିନି ଜଣ କରୋନା ଯୋଦ୍ଧା ରହିଛନ୍ତି ।
ଆଜି ଚିହ୍ନଟ ୬୭ ଆକ୍ରାନ୍ତଙ୍କ ମଧ୍ୟରୁ ୨୨ ଜଣ ବିଭିନ୍ନ କ୍ଲିନିକରୁ ରେଫର୍ ହୋଇ ଚିକିତ୍ସା ନିମନ୍ତେ ମେଡିକାଲକୁ ଆସି ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ଘରକୁ ଘର ବୁଲି ମେଡ଼ିକାଲ ଟିମ୍ ର ସର୍ଭେଲାନ୍ସ ବେଳେ ୨୭ ଜଣ ବ୍ୟକ୍ତି ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ପୂର୍ବ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ୧୮ ଜଣ ସଂକ୍ରମିତ ହୋଇଛନ୍ତି । ଅଦ୍ୟାବଧି ଜିଲ୍ଲାରେ ୩୪୨୧ ଆକ୍ରାନ୍ତ ସୁସ୍ଥ ହେଲେଣି । କରୋନାଜନିତ ସକ୍ରିୟ ମାମଲା ୪୪୯ ରହିଛି । ସେହିପରି ବର୍ତମାନ ସୁଦ୍ଧା ଜିଲ୍ଲାରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୨ ରହିଛି ।