
ଭୁବନେଶ୍ୱର– ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ପୁଣି ୧୮ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଏହା ଫଳରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୯୫୮ କୁ ବୃଦ୍ଧି ପାଇଛି ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ ମୃତକ ମାନଙ୍କ ମଧ୍ୟରେ ବାଲେଶ୍ୱର ଜିଲ୍ଲାର ୪ ଜଣ, ନୟାଗଡ, ପୁରୀ, ଓ ସୁନ୍ଦରଗଡରୁ ୨-୨ ଜଣ ଅଛନ୍ତି । ସେହିପରି ବୌଦ୍ଧ,ଦେବଗଡ ଯାଜପୁର, କନ୍ଧମାଳ,ଖୋର୍ଧା, କୋରାପୁଟ, ମୟୁରଭଂଜ, ସମ୍ବଲପୁୁର ଜିଲ୍ଲାର ଜଣେ ଜଣେ ଅଛନ୍ତି ।
ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ବାଲେଶ୍ୱର ଜିଲ୍ଲାର ଜଣେ ୭୨ ବର୍ଷୀୟ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ସେ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ । ବାଲେଶ୍ୱର ଜିଲ୍ଲାର ଜଣେ ୯୪ ବର୍ଷୀୟ ପୁରୁଷ କରୋନା ସଂକ୍ରମିତ ମୃତ୍ୟୁବରଣ କରିଛନ୍ତି । ବାଲେଶ୍ୱର ଜିଲ୍ଲାର ଜଣେ ୬୬ ବର୍ଷୀୟ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି । ସେ ଟାଇଫଏଡରେ ପୀଡିତ ଥିଲେ । ବାଲେଶ୍ୱର ଜିଲ୍ଲାର ଜଣେ ୭୦ ବର୍ଷୀୟ କରୋନା ସଂକ୍ରମିତ ପୁରଷ ମୃତ୍ୟୁବରଣ କରିଛନ୍ତି । ସେ ମଧୁମେହରେ ପୀଡିତ ଥିଲେ ।
ବୌଦ୍ଧ ଜିଲ୍ଲାର ୬୦ ବର୍ଷୀୟ ପୁରୁଷ କରୋନା ସଂକ୍ରମିତ ପୁରୁଷଙ୍କ ମୃତ୍ୟୁ ଘଟିଛି । ଦେବଗଡ ଜିଲ୍ଲାର ଜଣେ ୭୦ ବର୍ଷୀୟ କରୋନା ଆକ୍ରାନ୍ତ ପୁରୁଷ ମୃତ୍ୟୁବରଣ କରିଛନ୍ତି । ଯାଜପୁର ଜିଲ୍ଲାର ଜଣେ ୬୨ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ସେ ମଧୁମେହ ରୋଗରେ ପୀଡିତ ଥିଲେ । କନ୍ଧମାଳ ଜିଲ୍ଲାର ଜଣେ ୭୨ ବର୍ଷୀୟ କୋରୋନା ସଂକ୍ରମିତ ପୁରୁଷଙ୍କ ମୃତ୍ୟୁ ଘଟିଛି । ସେ ମଧୁମେହ ରେ ପୀଡିତ ଥିଲେ । ଖୋର୍ଧା ଜିଲ୍ଲାର ଜଣେ ୬୨ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି ।
କୋରାପୁଟ ଜିଲ୍ଲାର ଜଣେ ୬୯ ବର୍ଷୀୟ ମହିଳା କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ମୟୁରଭଂଜ ଜିଲ୍ଲାର ଜଣେ ୫୫ ବର୍ଷୀୟ କରୋନା ଆକ୍ରାନ୍ତ ପୁରୁଷଙ୍କ ମୃତ୍ୟୁ ଘଟିଛି । ନୟାଗଡ ଜିଲ୍ଲାର ଜଣେ ୭୫ ବର୍ଷୀୟ ପୁରୁଷ କରୋନା ସଂକ୍ରମିତ ମୃତ୍ୟୁ ଘଟିଛି । ନୟାଗଡ ଜିଲ୍ଲାର ଜଣେ ୭୫ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ସେ ମଧୁମେହ ଓ ଉଚ୍ଚ ରକ୍ତଚାପରେ ପୀଡିତ ଥିଲୋ ନୟାଗଡ ଜିଲ୍ଲାର ଜଣେ ୭୨ ବର୍ଷୀୟ କରୋନା ସଂକ୍ରମିତ ପୁରୁଷଙ୍କ ମୃତ୍ୟୁ ଘଟିଛି ।
ପୁରୀ ଜିଲ୍ଲାରେ ଜଣେ ୮୨ ବର୍ଷୀୟ କରୋନା ସଂକ୍ରମିତ ମହିଳାଙ୍କ ମୃତ୍ୟୁ ଘଟିଛି । ସେ ଉଚ୍ଚ ରକ୍ତଚାପ ରେ ପୀଡିତ ଥିଲେ । ସମ୍ବଲପୁର ଜିଲ୍ଲାର ଜଣେ ୪୦ ବର୍ଷୀୟ କରୋନା ସଂକ୍ରମିତ ପୁରୁଷଙ୍କ ମୃତ୍ୟୁ ଘଟିଛି । ସୁନ୍ଦରଗଡ ଜିଲ୍ଲାର ଜଣେ ୪୦ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ସୁନ୍ଦରଗଡ ଜିଲ୍ଲାରେ ଜଣେ ୪୫ ବର୍ଷୀୟ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି । ସେ ମଧୁମେହରେ ପାଡିତ ଥିଲୋ