ଭୁବନେଶ୍ୱର– ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ପୁଣି ୧୬ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଏହା ଫଳରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୯୭୪ କୁ ବୃଦ୍ଧି ପାଇଛି ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ ମୃତକ ମାନଙ୍କ ମଧ୍ୟରେ ବାଲେଶ୍ୱର ଓ ଖୋର୍ଧା ଜିଲ୍ଲାର ୪-୪ ଜଣ, କଳାହାଣ୍ଡି, ମୟୁରଭଂଜ ଓ ନୟାଗଡ ରୁ ୨-୨ ଜଣ ଅଛନ୍ତି । ସେହିପରି ଝାରସୁଗୁଡା ଓ ସୁନ୍ଦରଗଡ ଜିଲ୍ଲାର ଜଣେ ଜଣେ ଅଛନ୍ତି ।