-
ମୃତ୍ୟୁ ସଂଖ୍ୟା ୧୦୦୬ ହେଲା
ଭୁବନେଶ୍ୱର – ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ପୁଣି ୧୫ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଏହା ଫଳରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୦୦୬ କୁ ବୃଦ୍ଧି ପାଇଛି ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ ମୃତକ ମାନଙ୍କ ମଧ୍ୟରେ ଖୋର୍ଧା ଜିଲ୍ଲାର ୫ ଜଣ,କଟକ ଜିଲ୍ଲାର ୨ ଜଣ ୩ ଜଣ ଅଛନ୍ତି । ସେହିପରି ବାଲେଶ୍ୱର, ବଲାଙ୍ଗୀର, ଗଂଜାମ, ଜଗତସିଂହପୁର, ଜାଜପୁର, କେନ୍ଦ୍ରାପଡା, ମୟୁରଭଂଜ ଓ ସୁନ୍ଦରଗଡ ଜିଲ୍ଲାର ଜଣେ ଜଣେ ଅଛନ୍ତି ।
ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ବାଲେଶ୍ୱର ଜିଲ୍ଲାର ଜଣେ ୪୪ ବର୍ଷୀୟ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ବଲାଙ୍ଗୀର ଜିଲ୍ଲାର ଜଣେ ୩୬ ବର୍ଷୀୟ ପୁରୁଷ କରୋନା ସଂକ୍ରମିତ ମୃତ୍ୟୁବରଣ କରିଛନ୍ତି । ସେ ମଧୁମେହ ଓ ଉଚ୍ଚ ରକ୍ତଚାପ ଓ ଅନ୍ୟ ରୋଗରେ ପୀଡିତ ଥିଲେ । ଭୁବନେଶ୍ୱରର ଜଣେ ୬୨ ବର୍ଷୀୟ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି । ସେ ମଧୁମେହ ପୀଡିତ ଥିଲେ । ଭୁବନେଶ୍ୱର ଜଣେ ୬୬ ବର୍ଷୀୟ କରୋନା ସଂକ୍ରମିତ ପୁରୁଷ ମୃତ୍ୟୁବରଣ କରିଛନ୍ତି । ସେ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ । ଭୁୁବନେଶ୍ୱରର ୭୮ ବର୍ଷୀୟ ପୁରୁଷ କରୋନା ସଂକ୍ରମିତ ପୁରୁଷଙ୍କ ମୃତ୍ୟୁ ଘଟିଛି । ସେ ମଧୁମେହ ଓ ଉଚ୍ଚ ରକ୍ତଚାପରେ ପୀଡିତ ଥିଲୋ
କଟକ ଜିଲ୍ଲାର ଜଣେ ଜଣେ ୩୫ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ସେ ମଧୁମେହ ରୋଗରେ ପୀଡିତ ଥିଲେ । କଟକ ଜିଲ୍ଲାର ଜଣେ ୭୦ ବର୍ଷୀୟ କୋରୋନା ସଂକ୍ରମିତ ପୁରୁଷଙ୍କ ମୃତ୍ୟୁ ଘଟିଛି । ଗଂଜାମ ଜିଲ୍ଲାର ଜଣେ ୬୧ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଯାଜପୁର ଜିଲ୍ଲାର ଜଣେ ୪୦ ବର୍ଷୀୟ କରୋନା ଆକ୍ରାନ୍ତ ପୁରୁଷଙ୍କ ମୃତ୍ୟୁ ଘଟିଛି । କେନ୍ଦ୍ରାପଡା ଜିଲ୍ଲାର ଜଣେ ୬୦ ବର୍ଷୀୟ ପୁରୁଷ କରୋନା ସଂକ୍ରମିତ ମୃତ୍ୟୁ ଘଟିଛି ।
ଖୋର୍ଧା ଜିଲ୍ଲାର ଜଣେ ୫୧ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ଖୋର୍ଧା ଜିଲ୍ଲାର ଜଣେ ୬୨ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ମୟୁରଭଂଜ ଜିଲ୍ଲାର ଜଣେ ୩୭ ବର୍ଷୀୟ କରୋନା ସଂକ୍ରମିତ ପୁରୁଷଙ୍କ ମୃତ୍ୟୁ ଘଟିଛି । ସୁନ୍ଦରଗଡ ଜିଲ୍ଲାରେ ଜଣେ ୬୯ ବର୍ଷୀୟ କରୋନା ସଂକ୍ରମିତ ପୁରୁଷଙ୍କ ମୃତ୍ୟୁ ଘଟିଛି । ସେ ମଧୁମେହରେ ପୀଡିତ ଥିଲୋ