
ମାଲକାନଗିରି– ମାଲକାନଗିରି ଜିଲ୍ଲାରେ ଆଜି ଆଉ ୬୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏଥିସହ ଜିଲ୍ଲାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୪୧୨୫ କୁ ବୃଦ୍ଧି ପାଇଛି । ରିପୋର୍ଟ ପଜିଟିଭ୍ ଆସିବା ପରେ ଗୁରୁତର ଆକ୍ରାନ୍ତ ମାନଙ୍କୁ କୋଭିଡ଼୍ ହସ୍ପିଟାଲରେ ଭର୍ତି କରାଯାଇଛି ।
ସେହିପରି ସାମାନ୍ୟ ଆକ୍ରାନ୍ତ ମାନଙ୍କୁ ହୋମ୍ ଆଇସୋଲେସନରେ ରହିବାକୁ ପରାମର୍ଶ ଦିଆଯାଇଛି । ନୂଆ ଚିହ୍ନଟ ଏହି ଆକ୍ରାନ୍ତ ମାନଙ୍କ ମଧ୍ୟରେ ମାଲକାନଗିରି ପୌରାଚଂଳରୁ ୧୮ ଜଣ, ମାଲକାନଗିରି ବ୍ଲକରୁ ୮, ମାଥିଲି ବ୍ଲକରୁ ୧୪ ଜଣ, ଖଇରପୁଟ ବ୍ଲକରୁ ୪ ଜଣ, ଚିତ୍ରକୋଣ୍ଡା ବ୍ଲକରୁ ଜଣେ, କୋରକୁଣ୍ଡା ବ୍ଲକରୁ ୫ ଜଣ, ପଡ଼ିଆ ବ୍ଲକରୁ ୩ ଜଣ, ବାଲିମେଳା ବିଜ୍ଞାପିତ ଅଂଚଳରୁ ୩ ଜଣ ଏବଂ କାଲିମେଳା ବ୍ଲକରୁ ୫ ଜଣ ରହିଛନ୍ତି । ତନ୍ମଧ୍ୟରେ ୩ ଜଣ କରୋନା ଯୋଦ୍ଧା ରହିଛନ୍ତି ।
ଆଜି ଚିହ୍ନଟଙ୍କ ମଧ୍ୟରୁ ୨୧ ଜଣ ବିଭିନ୍ନ କ୍ଲିନିକରୁ ରେଫର୍ ହୋଇ ଚିକିତ୍ସା ନିମନ୍ତେ ମେଡିକାଲକୁ ଆସି ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ଘରକୁ ଘର ବୁଲି ମେଡ଼ିକାଲ ଟିମ୍ ର ସର୍ଭେଲାନ୍ସ ବେଳେ ୨୫ ଜଣ ବ୍ୟକ୍ତି ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ପୂର୍ବ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ୧୫ ଜଣ ସଂକ୍ରମିତ ହୋଇଛନ୍ତି ।
ଅଦ୍ୟାବଧି ଜିଲ୍ଲାରେ ୩୬୮୦ ଆକ୍ରାନ୍ତ ସୁସ୍ଥ ହେଲେଣି । କରୋନାଜନିତ ସକ୍ରିୟ ମାମଲା ୪୩୨ ରହିଛି । ସେହିପରି ଜିଲ୍ଲାରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୩ ରହିଛି ।