-
ମୃତ୍ୟୁ ସଂଖ୍ୟା ୧୦୨୨ ହେଲା
ଭୁବନେଶ୍ୱର– ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ପୁଣି ୧୬ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଏହା ଫଳରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୦୨୨ କୁ ବୃଦ୍ଧି ପାଇଛି ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ ମୃତକ ମାନଙ୍କ ମଧ୍ୟରେ ଖୋର୍ଧା ଜିଲ୍ଲାର ୫ ଜଣ, ବାଲେଶ୍ୱର ଜିଲ୍ଲାର ୪ ଜଣ ଓ ଢେଙ୍କାନାଳ ଜିଲ୍ଲାର ୨ ଜଣ ଅଛନ୍ତି । ସେହିପରି ଗଜପତି, କଳାହାଣ୍ଡିତ କେନ୍ଦ୍ରାପଡା, କୋରାପୁଟ ଓ ପୁରୀ ଜିଲ୍ଲାର ଜଣେ ଜଣେ ଅଛନ୍ତି ।
ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ବାଲେଶ୍ୱର ଜିଲ୍ଲାର ଜଣେ ୪୨ ବର୍ଷୀୟ କରୋନା ଆକ୍ରାନ୍ତ ମହିଳାଙ୍କ ମୃତ୍ୟୁ ଘଟିଛି । ବାଲେଶ୍ୱର ଜିଲ୍ଲାର ଜଣେ ୮୪ ବର୍ଷୀୟ ପୁରୁଷ କରୋନା ସଂକ୍ରମିତ ମୃତ୍ୟୁବରଣ କରିଛନ୍ତି । ବାଲେଶ୍ୱର ଜିଲ୍ଲାର ଜଣେ ୬୦ ବର୍ଷୀୟ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି । ସେ ମଧୁମେହ ପୀଡିତ ଥିଲେ । ବାଲେଶ୍ୱର ଜିଲ୍ଲାର ଜଣେ ୬୮ ବର୍ଷୀୟ କରୋନା ସଂକ୍ରମିତ ପୁରୁଷ ମୃତ୍ୟୁବରଣ କରିଛନ୍ତି । ସେ ମଧୁମେହରେ ପୀଡିତ ଥିଲେ