ଭୁବନେଶ୍ୱର– ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ପୁଣି ୧୮ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଏହା ଫଳରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୦୪୦ କୁ ବୃଦ୍ଧି ପାଇଛି ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ ମୃତକ ମାନଙ୍କ ମଧ୍ୟରେ କଟକ ଜିଲ୍ଲାର ୪, ଖୋର୍ଧା ଓ ବାଲେଶ୍ୱର ଜିଲ୍ଲାର ୩-୩ ଜଣ ଅଛନ୍ତି । ସେହିପରି ଯାଜପୁର ଓ ସୁନ୍ଦରଗଡ ଜିଲ୍ଲାର ୨-୨ ଜଣ ତଥା ଜଗତସିଂହପୁର, ମୟୁରଭଂଜ, ନବରଂଗପୁର ଓ ପୁରୀ ଜିଲ୍ଲାର ଜଣେ ଜଣେ ଅଛନ୍ତି ।
ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ବାଲେଶ୍ୱର ଜିଲ୍ଲାର ଜଣେ ୫୫ ବର୍ଷୀୟ କରୋନା ଆକ୍ରାନ୍ତ ମହିଳାଙ୍କ ମୃତ୍ୟୁ ଘଟିଛି । ବାଲେଶ୍ୱର ଜିଲ୍ଲାର ଜଣେ ୬୦ ବର୍ଷୀୟ ପୁରୁଷ କରୋନା ସଂକ୍ରମିତ ମୃତ୍ୟୁବରଣ କରିଛନ୍ତି । ବାଲେଶ୍ୱର ଜିଲ୍ଲାର ଜଣେ ୬୪ ବର୍ଷୀୟ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି । ଭୁବନେଶ୍ୱର ଜଣେ ୬୫ ବର୍ଷୀୟ କରୋନା ସଂକ୍ରମିତ ପୁରୁଷ ମୃତ୍ୟୁବରଣ କରିଛନ୍ତି । ଭୁବନେଶ୍ୱରର ଜଣେ ୭୨ ବର୍ଷୀୟ ମହିଳା କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ସେ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ ।
କଟକ ଜିଲ୍ଲାର ୫୫ ବର୍ଷୀୟ ପୁରୁଷ କରୋନା ସଂକ୍ରମିତ ପୁରୁଷଙ୍କ ମୃତ୍ୟୁ ଘଟିଛି । କଟକ ଜିଲ୍ଲାର ଜଣେ ୬୮ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ସେ ମଧୁମେହରେ ପୀଡିତ ଥିଲେ । କଟକ ଜିଲ୍ଲାର ଜଣେ ୫୩ ବର୍ଷୀୟ କୋରୋନା ସଂକ୍ରମିତ ପୁରୁଷଙ୍କ ମୃତ୍ୟୁ ଘଟିଛି । ସେ ମଧୁମେହରେ ପୀଡିତ ଥିଲେ । କଟକ ଜିଲ୍ଲାରେ ଜଣେ ୬୬ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଜଗତସିଂହପୁର ଜିଲ୍ଲାର ଜଣେ ୬୦ ବର୍ଷୀୟ କରୋନା ଆକ୍ରାନ୍ତ ପୁରୁଷଙ୍କ ମୃତ୍ୟୁ ଘଟିଛି ।
ଯାଜପୁର ଜିଲ୍ଲାର ଜଣେ ୮୫ ବର୍ଷୀୟ ପୁରୁଷ କରୋନା ସଂକ୍ରମିତ ମୃତ୍ୟୁ ଘଟିଛି । ଯାଜପୁର ଜିଲ୍ଲାର ଜଣେ ୨୮ ବର୍ଷୀୟ ମହିଳା କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ଖୋର୍ଧା ଜିଲ୍ଲାର ଜଣେ ୪୦ ବର୍ଷୀୟ ମହିଳା କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ସେ ମଧୁମେହ ଓ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ । ମୟୁରଭଂଜ ଜିଲ୍ଲାର ଜଣେ ୮୦ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ନବରଂଗପୁରା ଜିଲ୍ଲାର ଜଣେ ୫୫ ବର୍ଷୀୟ କରୋନା ସଂକ୍ରମିତ ପୁରୁଷଙ୍କ ମୃତ୍ୟୁ ଘଟିଛି । ପୁରୀ ଜିଲ୍ଲାର ଜଣେ ୫୩ ବର୍ଷୀୟ ମହିଳା କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛିା ସୁନ୍ଦରଗଡ ଜିଲ୍ଲାରେ ଜଣେ ୬୫ ବର୍ଷୀୟ କରୋନା ସଂକ୍ରମିତ ପୁରୁଷଙ୍କ ମୃତ୍ୟୁ ଘଟିଛି । ସୁନ୍ଦରଗଡ ଜିଲ୍ଲାର ଜଣେ ୩୯ ବର୍ଷୀୟ କରୋନା ଆକ୍ରାନ୍ତ ପୁରୁଷଙ୍କ ମୃତ୍ୟୁ ଘଟିଛି ।