ପାରଳାଖେମୁଣ୍ଡି/ନବରଙ୍ଗପୁର– ବଙ୍ଗୋପ ସାଗରରେ ସୃଷ୍ଟ ଲଘୁଚାପ ଅବପାତର ରୂପ ନେବା ପରେ ଏହାର ପ୍ରଭାବରେ ନବରଙ୍ଗପୁର ଓ ଗଜପତି ଜିଲ୍ଲାରେ ଲଗାଣ ବର୍ଷା ଜାରୀ ରହିଛି । ଗଜପତି ଜିଲ୍ଲାର ୪ଟି ବ୍ଲକ୍ ରୁ ୫୦୦ ଲୋକଙ୍କୁ ବାତ୍ୟା ଆଶ୍ରୟସ୍ଥଳିକୁ ସ୍ଥାନାନ୍ତର କରାଯାଇଛି । ପାହାଡ଼ ଉପରେ ରହୁଥିବା ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ନିଆଯାଇଛି । ଜିଲ୍ଲାପାଳ ଅନୁପମ୍ ଶାହାଙ୍କ ନିର୍ଦ୍ଦେଶ କ୍ରମେ ବ୍ଲକ୍ ପ୍ରଶାସନ ତ୍ୱରିତ ପଦକ୍ଷେପ ଗ୍ରହଣ କରିଥିବା ସୂଚନା ମିଳିଛି ।
Related Stories
November 23, 2024