ପାରଳାଖେମୁଣ୍ଡି– ଗଜପତି ଜିଲ୍ଲାରୁ ଆଜି ନୂଆ ୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ତନ୍ମଧ୍ୟରୁ ଜଣେ ଜିଲ୍ଲା ବାହାରେ ହସ୍ପିଟାଲରେ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ୭୫୨ ଜଣଙ୍କ ର୍ୟାପିଡ଼୍ ଆଂଟିଜେନ ଓ ଆରଟି-ପିସିଆର ଟେଷ୍ଟରୁ ୭ ଜଣଙ୍କ ରିପୋର୍ଟ ପଜିଟିଭ୍ ଆସିଥିଲା । ଏଥିସହ ଜିଲ୍ଲାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୩୭୨୩କୁ ବୃଦ୍ଧି ପାଇଛି । ନୂଆ ଚିହ୍ନଟ ଏହି ଆକ୍ରାନ୍ତ ମାନଙ୍କୁ କୋଭିଡ଼୍ ହସ୍ପିଟାଲ / କୋଭିଡ଼୍ କେୟାର ସେଂଟରରେ ଭର୍ତି କରାଯାଇଛି । ସାମାନ୍ୟ ଆକ୍ରାନ୍ତ ମାନଙ୍କୁ ହୋମ୍ ଆଇସୋଲେସନରେ ରହିବାକୁ ପରାମର୍ଶ ଦିଆଯାଇଛି ।
ନୂଆ ଚିହ୍ନଟ ଏହି ୮ ଆକ୍ରାନ୍ତଙ୍କ ମଧ୍ୟରେ ୫ ଜଣ ପୁରୁଷ ଓ ୩ ଜଣ ମହିଳା ରହିଛନ୍ତି ।ଏମାନଙ୍କର ବୟସ ୨୫ ବର୍ଷରୁ ୬୨ ବର୍ଷ ମଧ୍ୟରେ ରହିଛି । ଏହି ଆକ୍ରାନ୍ତ ମାନଙ୍କ ମଧ୍ୟରେ ପାରଳାଖେମୁଣ୍ଡି ପୌରାଚଂଳରୁ ୭ ଜଣ ଏବଂ ମୋହନା ବ୍ଲକରୁ ଜଣେ ରହିଛନ୍ତି ।
ମେଡ଼ିକାଲ ଟିମ୍ ର ସର୍ଭେଲାନ୍ସ ବେଳେ ୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ଅନ୍ୟ ଜଣେ ଜିଲ୍ଲା ବାହାରେ ହସ୍ପିଟାଲରେ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।
ସେହିପରି ଅଦ୍ୟାବଧି ଜିଲ୍ଲାରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୪ ରହିଛି । ଜଣକର ଅନ୍ୟ କାରଣରୁ ମୃତ୍ୟୁ ଘଟିଥିବା ନେଇ ଜିଲ୍ଲା ପ୍ରଶାସନ ସୂତ୍ରରୁ ଜାରୀ କରାଯାଇଥିବା ପ୍ରେସ୍ ବିଜ୍ଞପ୍ତିରୁ ସୂଚନା ମିଳିଛି ।