ଭୁବନେଶ୍ୱର– ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ପୁଣି ୧୫ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଏହା ଫଳରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୦୭୨ କୁ ବୃଦ୍ଧି ପାଇଛି ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ ମୃତକ ମାନଙ୍କ ମଧ୍ୟରେ କଟକ ଜିଲ୍ଲାର ୩ ଜଣ ଅଛମ୍ତି । ସେହିପରି ବୌଦ୍ଧ, ଖୋର୍ଧା, କଳାହାଣ୍ଡି, ରାୟଗଡା, ଗଂଜାମ, କେନ୍ଦ୍ରାପଡା, କନ୍ଧମାଳ, ମୟୁରଭଂଜ, ପୁରୀ, ସୁନ୍ଦରଗଡ, ଯାଜପୁର ଓ ବାଲେଶ୍ୱର ଜିଲ୍ଲାର ଜଣେ ଜଣେ ଅଛନ୍ତି ।
ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ବାଲେଶ୍ୱର ଜିଲ୍ଲାର ଜଣେ ୫୬ ବର୍ଷୀୟ କରୋନା ଆକ୍ରାନ୍ତ ପୁରୁଷଙ୍କ ମୃତ୍ୟୁ ଘଟିଛି । ଯାଜପୁର ଜିଲ୍ଲାର ଜଣେ ୪୭ ବର୍ଷୀୟ ପୁରୁଷ କରୋନା ସଂକ୍ରମିତ ମୃତ୍ୟୁବରଣ କରିଛନ୍ତି । ବୌଦ୍ଧ ଜିଲ୍ଲାର ଜଣେ ୭୮ ବର୍ଷୀୟ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି । ସେ ମଧୁମେହ ଓ ଉଚ୍ଚ ରକ୍ତଚାପରେ ପୀଡିତ ଥିଲୋ ଭୁବନେଶ୍ୱର ଜଣେ ୫୮ ବର୍ଷୀୟ କରୋନା ସଂକ୍ରମିତ ପୁରୁଷ ମୃତ୍ୟୁବରଣ କରିଛନ୍ତି ।ସେ ମଧୁମେହରେ ପୀଡିତ ଥିଲେ । କଳାହାଣ୍ଡି ଜିଲ୍ଲାର ଜଣେ ୬୫ ବର୍ଷୀୟ ମହିଳା କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ରାୟଗଡା ଜିଲ୍ଲାର ୭୨ ବର୍ଷୀୟ ପୁରୁଷ କରୋନା ସଂକ୍ରମିତ ପୁରୁଷଙ୍କ ମୃତ୍ୟୁ ଘଟିଛି । ଗଂଜାମ ଜିଲ୍ଲାର ଜଣେ ୬୩ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି ।
କେନ୍ଦ୍ରାପଡା ଜିଲ୍ଲାର ଜଣେ ୬୫ ବର୍ଷୀୟ କୋରୋନା ସଂକ୍ରମିତ ପୁରୁଷଙ୍କ ମୃତ୍ୟୁ ଘଟିଛି । କନ୍ଧମାଳ ଜିଲ୍ଲାରେ ଜଣେ ୬୮ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ମୟୁରଭଂଜ ଜିଲ୍ଲାର ଜଣେ ୨୫ ବର୍ଷୀୟ କରୋନା ଆକ୍ରାନ୍ତ ମହିଳାଙ୍କ ମୃତ୍ୟୁ ଘଟିଛି । ପୁରୀ ଜିଲ୍ଲାର ଜଣେ ୬୦ ବର୍ଷୀୟ ପୁରୁଷ କରୋନା ସଂକ୍ରମିତ ମୃତ୍ୟୁ ଘଟିଛି । ସେ ମଧୁମେହ ଓ ଉଚ୍ଚ ରକ୍ତଚାପରେ ପୀଡିତ ଥିଲୋ ସୁନ୍ଦରଗଡ ଜିଲ୍ଲାର ଜଣେ ୭୨ ବର୍ଷୀୟ ପୁରୁଷ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି ।
କଟକ ଜିଲ୍ଲାର ଜଣେ ୪୮ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ସେ ମଧୁମେହ ଓ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ । କଟକ ଜିଲ୍ଲାର ଜଣେ ୬୪ ବର୍ଷୀୟ କରୋନା ଆକ୍ରାନ୍ତ ପୁରୁଷଙ୍କ ମୃତ୍ୟୁ ଘଟିଛି । କଟକ ଜିଲ୍ଲାର ଜଣେ ୬୨ ବର୍ଷୀୟ କରୋନା ସଂକ୍ରମିତ ପୁରୁଷଙ୍କ ମୃତ୍ୟୁ ଘଟିଛି ।