ଭୁବନେଶ୍ୱର– ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ପୁଣି ୧୫ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଏହା ଫଳରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୧୦୪କୁ ବୃଦ୍ଧି ପାଇଛି ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ ମୃତକ ମାନଙ୍କ ମଧ୍ୟରେ ଖୋର୍ଧା ଜିଲ୍ଲାର ୩ ଜଣ, କଟକ, ନବରଙ୍ଗପୁର, ସମ୍ବଲପୁର ଜିଲ୍ଲାର ୨-୨ ଜଣ ଅଛନ୍ତି । ସେହିପରି ଭଦ୍ରକ, ବରଗଡ, ଜଗତସିଂହପୁର, କେନ୍ଦ୍ରାପଡା, ପୁରୀ ଓ ସୁନ୍ଦରଗଡ ଜିଲ୍ଲାରୁ ଜଣେ ଜଣେ ଅଛନ୍ତି ।