
ମାଲକାନଗିରି– ମାଲକାନଗିରି ଜିଲ୍ଲାରେ ଆଜି ଆଉ ୫୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏଥିସହ ଜିଲ୍ଲାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୪୩୯୫ କୁ ବୃଦ୍ଧି ପାଇଛି । ରିପୋର୍ଟ ପଜିଟିଭ୍ ଆସିବା ପରେ ଗୁରୁତର ଆକ୍ରାନ୍ତ ମାନଙ୍କୁ କୋଭିଡ଼୍ ହସ୍ପିଟାଲରେ ଭର୍ତି କରାଯାଇଛି । ସେହିପରି ସାମାନ୍ୟ ଆକ୍ରାନ୍ତ ମାନଙ୍କୁ ହୋମ୍ ଆଇସୋଲେସନରେ ରହିବାକୁ ପରାମର୍ଶ ଦିଆଯାଇଛି ।
ନୂଆ ଚିହ୍ନଟ ଏହି ଆକ୍ରାନ୍ତ ମାନଙ୍କ ମଧ୍ୟରେ ମାଲକାନଗିରି ପୌରାଚଂଳରୁ ୧୦ ଜଣ, ମାଲକାନଗିରି ବ୍ଲକରୁ ୧୯, ବାଲିମେଳା ବିଜ୍ଞାପିତ ଅଂଚଳରୁ ଜଣେ, ପଡ଼ିଆ ବ୍ଲକରୁ ୫ ଜଣ, କାଲିମେଳା ବ୍ଲକରୁ ୫ ଜଣ, କୋରକୁଣ୍ଡା ବ୍ଲକରୁ ୩ ଜଣ, ମାଥିଲି ବ୍ଲକରୁ ୫ ଜଣ ଏବଂ ଖଇରପୁଟ ବ୍ଲକରୁ ୭ ଜଣ ଆକ୍ରାନ୍ତ ରହିଛନ୍ତି । ତନ୍ମଧ୍ୟରେ ଦୁଇ ଜଣ କରୋନା ଯୋଦ୍ଧା ରହିଛନ୍ତି ।
ଆଜି ଚିହ୍ନଟଙ୍କ ମଧ୍ୟରୁ ୧୯ ଜଣ ବିଭିନ୍ନ କ୍ଲିନିକରୁ ରେଫର୍ ହୋଇ ଚିକିତ୍ସା ନିମନ୍ତେ ମେଡିକାଲକୁ ଆସି ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ଘରକୁ ଘର ବୁଲି ମେଡ଼ିକାଲ ଟିମ୍ ର ସର୍ଭେଲାନ୍ସ ବେଳେ ୨୯ ଜଣ ବ୍ୟକ୍ତି ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ପୂର୍ବ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ୭ ଜଣ ସଂକ୍ରମିତ ହୋଇଛନ୍ତି ।
ଅଦ୍ୟାବଧି ଜିଲ୍ଲାରେ ୩୯୭୬ ଆକ୍ରାନ୍ତ ସୁସ୍ଥ ହେଲେଣି । କରୋନାଜନିତ ସକ୍ରିୟ ମାମଲା ୪୦୬ ରହିଛି । ସେହିପରି ଜିଲ୍ଲାରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୩ ରହିଛି ।