ଭୁବନେଶ୍ୱର– ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ପୁଣି ୧୭ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଏହା ଫଳରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୧୨୧କୁ ବୃଦ୍ଧି ପାଇଛି ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ ମୃତକ ମାନଙ୍କ ମଧ୍ୟରେ ଖୋର୍ଧା ଜିଲ୍ଲାର ୫ ଜଣ, କଟକ ଜିଲ୍ଲାର ୨ ଜଣ, ଅନୁଗୁଳ, ବାଲେଶ୍ୱର, ଜଗତସିଂହପୁୁର, କନ୍ଧମାଳ, କେନ୍ଦୁଝର, ମୟୁରଭଂଜ,ନୟାଗଡ, ପୁରୀ, ସୁନ୍ଦରଗଡ ଓ ସମ୍ବଲପୁରର ଜଣେ ଜଣେ ଅଛନ୍ତି ।
ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଅନୁଗୁଳ ଜଣେ ୫୬ ବର୍ଷୀୟ କରୋନା ଆକ୍ରାନ୍ତ ମହିଳାଙ୍କ ମୃତ୍ୟୁ ଘଟିଛି । ବାଲେଶ୍ୱର ଜିଲ୍ଲାର ଜଣେ ୬୯ ବର୍ଷୀୟ ପୁରୁଷ କରୋନା ସଂକ୍ରମିତ ମୃତ୍ୟୁବରଣ କରିଛନ୍ତି । ସେ ମଧୁମେହ ଓ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ । ଭୁବନେଶ୍ୱରର ଜଣେ ୫୭ ବର୍ଷୀୟ କରୋନା ଆକ୍ରାନ୍ତ ମହିଳା ମୃତ୍ୟୁବରଣ କରିଛନ୍ତି । ଭୁବନେଶ୍ୱରର ଜଣେ ୭୦ ବର୍ଷୀୟ କରୋନା ସଂକ୍ରମିତ ପୁରୁଷ ମୃତ୍ୟୁବରଣ କରିଛନ୍ତି । ଭୁବନେଶ୍ୱରର ଜଣେ ୭୩ ବର୍ଷୀୟ ମହିଳା କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି ।
ଭୁବନେଶ୍ୱର ୭୬ ବର୍ଷୀୟ ପୁରୁଷ କରୋନା ସଂକ୍ରମିତ ପୁରୁଷଙ୍କ ମୃତ୍ୟୁ ଘଟିଛି । ସେ ମଧୁମେହରେ ପୀଡିତ ଥିଲେ ।
ଜଗତସିଂହପୁର ଜଣେ ୭୯ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ସେ ମଧୁମେହ ଓ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ । କଟକ ଜିଲ୍ଲାର ଜଣେ ୬୫ ବର୍ଷୀୟ ମହିଳ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । କଟକ ଜିଲ୍ଲାର ଜଣେ ୪୯ ବର୍ଷୀୟ କରୋନା ସଂକ୍ରମିତ ପୁରୁଷଙ୍କ ମୃତ୍ୟୁ ଘଟିଛି । କନ୍ଧମାଳ ଜିଲ୍ଲାର ଜଣେ ୫୩ ବର୍ଷୀୟ କୋରୋନା ସଂକ୍ରମିତ ପୁରୁଷଙ୍କ ମୃତ୍ୟୁ ଘଟିଛି । କେନ୍ଦୁଝର ଜିଲ୍ଲାର ଜଣେ ୭୬ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି ।
ଖୋର୍ଧା ଜିଲ୍ଲାର ଜଣେ ୩୭ ବର୍ଷୀୟ କରୋନା ଆକ୍ରାନ୍ତ ମହିଳାଙ୍କ ମୃତ୍ୟୁ ଘଟିଛି । ମୟୁରଭଂଜ ଜିଲ୍ଲାର ଜଣେ ୫୮ ବର୍ଷୀୟ ପୁରୁଷ କରୋନା ସଂକ୍ରମିତ ମୃତ୍ୟୁ ଘଟିଛି । ନୟାଗଡ ଜିଲ୍ଲାର ଜଣେ ୬୬ ବର୍ଷୀୟ ପୁରୁଷ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ପୁରୀ ଜିଲ୍ଲାର ଜଣେ ୭୭ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ରାଉରକେଲାର ଜଣେ ୬୪ ବର୍ଷୀୟ କରୋନା ଆକ୍ରାନ୍ତ ମହିଳାଙ୍କ ମୃତ୍ୟୁ ଘଟିଛି । ସମ୍ବଲପୁୁର ଜିଲ୍ଲାର ଜଣେ ୭୫ ବର୍ଷୀୟ ପୁରୁଷଙ୍କ ମୃତ୍ୟୁ ଘଟିଛି । ସେ ମଧୁମେହରେ ପୀଡିତ ଥିଲେ ।