ମାଲକାନଗିରି– ମାଲକାନଗିରି ଜିଲ୍ଲାରେ ଆଜି ଆଉ ୨୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏଥିସହ ଜିଲ୍ଲାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୪୪୫୩ କୁ ବୃଦ୍ଧି ପାଇଛି । ରିପୋର୍ଟ ପଜିଟିଭ୍ ଆସିବା ପରେ ଗୁରୁତର ଆକ୍ରାନ୍ତ ମାନଙ୍କୁ କୋଭିଡ଼୍ ହସ୍ପିଟାଲରେ ଭର୍ତି କରାଯାଇଛି । ସେହିପରି ସାମାନ୍ୟ ଆକ୍ରାନ୍ତ ମାନଙ୍କୁ ହୋମ୍ ଆଇସୋଲେସନରେ ରହିବାକୁ ପରାମର୍ଶ ଦିଆଯାଇଛି ।
ନୂଆ ଚିହ୍ନଟ ଏହି ଆକ୍ରାନ୍ତ ମାନଙ୍କ ମଧ୍ୟରେ ମାଲକାନଗିରି ପୌରାଚଂଳରୁ ୯ ଜଣ, ମାଲକାନଗିରି ବ୍ଲକରୁ ଜଣେ, ପଡ଼ିଆ ବ୍ଲକରୁ ୫ ଜଣ, କାଲିମେଳା ବ୍ଲକରୁ ୨ ଜଣ, କୋରକୁଣ୍ଡା ବ୍ଲକରୁ ୨ ଜଣ ଏବଂ ଖଇରପୁଟ ବ୍ଲକରୁ ଜଣେ ଆକ୍ରାନ୍ତ ରହିଛନ୍ତି । ତନ୍ମଧ୍ୟରେ ଦୁଇ ଜଣ କରୋନା ଯୋଦ୍ଧା ରହିଛନ୍ତି ।
ଆଜି ଚିହ୍ନଟଙ୍କ ମଧ୍ୟରୁ ୧୮ ଜଣ ବିଭିନ୍ନ କ୍ଲିନିକରୁ ରେଫର୍ ହୋଇ ଚିକିତ୍ସା ନିମନ୍ତେ ମେଡିକାଲକୁ ଆସି ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ଘରକୁ ଘର ବୁଲି ମେଡ଼ିକାଲ ଟିମ୍ ର ସର୍ଭେଲାନ୍ସ ବେଳେ ୨ ଜଣ ବ୍ୟକ୍ତି ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।
ଅଦ୍ୟାବଧି ଜିଲ୍ଲାରେ ୪୦୫୯ ଆକ୍ରାନ୍ତ ସୁସ୍ଥ ହେଲେଣି । କରୋନାଜନିତ ସକ୍ରିୟ ମାମଲା ୩୮୧ ରହିଛି । ସେହିପରି ଜିଲ୍ଲାରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୩ ରହିଛି ।