ଭୁବନେଶ୍ୱର– ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ପୁଣି ୧୭ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଏହା ଫଳରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୧୩୫ କୁ ବୃଦ୍ଧି ପାଇଛି ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ ମୃତକ ମାନଙ୍କ ମଧ୍ୟରେ ଖୋର୍ଧା ଜିଲ୍ଲାର ୪ ଜଣ, କଟକ ଓ ଜଗତସିଂହପୁର ଜିଲ୍ଲାର ୨-୨ଜଣ ଅଛନ୍ତି । ସେହିପରି ମୟୁରଭଂଜ, ପୁରୀ, ଢେଙ୍କାନାଳ. କନ୍ଧମାଳ, ବଲାଙ୍ଗୀର ଓ ସମ୍ବଲପୁର ସମ୍ବଲପୁରର ଜଣେ ଜଣେ ଅଛନ୍ତି ।
ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଭୁବନେଶ୍ୱରର ୪୯ ବର୍ଷୀୟ କରୋନା ଆକ୍ରାନ୍ତ ମହିଳାଙ୍କ ମୃତ୍ୟୁ ଘଟିଛି । ସେ ଉଚ୍ଚ ରକ୍ତଚାପ କ୍ରନିକ କିଡନୀ ରୋଗରେ ପୀଡିତ ଥିଲେ । ଭୁବନେଶ୍ୱରର ଜଣେ ୫୨ ବର୍ଷୀୟ ପୁରୁଷ କରୋନା ସଂକ୍ରମିତ ମୃତ୍ୟୁବରଣ କରିଛନ୍ତି । ଭୁବନେଶ୍ୱରର ଜଣେ ୪୨ ବର୍ଷୀୟ କରୋନା ଆକ୍ରାନ୍ତ ପୁରୁଷ ମୃତ୍ୟୁବରଣ କରିଛନ୍ତି । ଭୁବନେଶ୍ୱରର ଜଣେ ୫୮ ବର୍ଷୀୟ କରୋନା ସଂକ୍ରମିତ ପୁରୁଷ ମୃତ୍ୟୁବରଣ କରିଛନ୍ତି । ସେ ମଧୁମେହରେ ପୀଡିତ ଥିଲେ । କଟକ ଜିଲ୍ଲାର ଜଣେ ୪୫ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । କଟକ ଜିଲ୍ଲାର ଜଣେ ୫୬ ବର୍ଷୀୟ ପୁରୁଷ କରୋନା ସଂକ୍ରମିତ ପୁରୁଷଙ୍କ ମୃତ୍ୟୁ ଘଟିଛି । ସେ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ ।
ଜଗତସିଂହପୁର ଜଣେ ୬୩ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ସେ ମଧୁମେହ ଓ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ । ଜଗତସିଂହପୁୁର ଜିଲ୍ଲାର ଜଣେ ୪୬ ବର୍ଷୀୟ ମହିଳା କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ସେ ମଧୁମେହ ଓ ଉଚ୍ଚ ରକ୍ତଚାପରେ ପୀଡିତ ଥିଲୋ ମୟୁରଭଂଜ ଜିଲ୍ଲାର ଜଣେ ୪୯ ବର୍ଷୀୟ କରୋନା ସଂକ୍ରମିତ ପୁରୁଷଙ୍କ ମୃତ୍ୟୁ ଘଟିଛି । ସେ ମଧୁମେହ ଓ ଉଚ୍ଚ ରକ୍ତଚାପରେ ପୀଡିତ ଥିଲୋ ପୁରୀ ଜିଲ୍ଲାର ଜଣେ ୬୩ ବର୍ଷୀୟ କୋରୋନା ସଂକ୍ରମିତ ପୁରୁଷଙ୍କ ମୃତ୍ୟୁ ଘଟିଛି । ସେ ମଧୁମେହ ଓ ଉଚ୍ଚ ରକ୍ତଚାପରେ ପୀଡିତ ଥିଲୋ ଢେଙ୍କାନାଳ ଜିଲ୍ଲାର ଜଣେ ୪୪ ବର୍ଷୀୟ ମହିଳା କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ସେ ମଧୁମେହ ଓ ଉଚ୍ଚ ରକ୍ତଚାପରେ ପୀଡିତ ଥିଲୋ
କନ୍ଧମାଳ ଜିଲ୍ଲାର ଜଣେ ୬୫ ବର୍ଷୀୟ କରୋନା ଆକ୍ରାନ୍ତ ମହିଳାଙ୍କ ମୃତ୍ୟୁ ଘଟିଛି । ବଲାଙ୍ଗୀର ଜିଲ୍ଲାର ଜଣେ ୬୫ ବର୍ଷୀୟ ପୁରୁଷ କରୋନା ସଂକ୍ରମିତ ମୃତ୍ୟୁ ଘଟିଛି । ସମ୍ବଲପୁର ଜିଲ୍ଲାର ଜଣେ ୬୫ ବର୍ଷୀୟ ପୁରୁଷ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି ।