ବ୍ରହ୍ମପୁର :ସମ୍ଭ୍ଯାବ ବାତ୍ୟା ଓ ବନ୍ୟା ପରିସ୍ଥିତି ନିୟନ୍ତ୍ରଣ କରିବା ପାଇଁ ଗଞ୍ଜାମ ଜିଲ୍ଲା କୁକୁଡ଼ାଖଣ୍ଡି ବ୍ଲକ ପରିସରରେ ଥିବା ବିଡିଓଙ୍କ ଅଫିସ ଗୃହରେ ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେ ଙ୍କ ଦ୍ୱାରା ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି ।ଚଳିତ ମାସ ୧୯ ତାରିଖରୁ ୨୧ ତାରିଖ ପର୍ଯ୍ୟନ୍ତ ଲଘୁଚାପଜନିତ ବର୍ଷା ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।ଏହାକୁ ନଜରରେ ରଖି ରାଜ୍ୟର ସ୍ବତନ୍ତ୍ର ରିଲିଫ କମିଶନର ନିର୍ଦ୍ଦେଶ କ୍ରମେ ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା।ଏଥିରେ ବିଭିନ୍ନ ବିଭାଗୀୟ ଅଧିକାରୀଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଥିଲେ। ବର୍ଷା ଓ ବନ୍ୟା ପରିସ୍ଥିତି ଦେଖା ଦେଲେ ଏହାର ମୁକାବିଲା ପାଇଁ ତୁରନ୍ତ ପଦକ୍ଷେପ ଗ୍ରହଣ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି।ଏହି ଅବସରରେ କୁକୁଡ଼ାଖଣ୍ଡି ଗୋଷ୍ଠୀ ଉନ୍ନୟନ ଅଧିକାରୀ ଗଦାଧର ପାତ୍ର, ଗୋଷ୍ଠୀ ଶିକ୍ଷା ଅଧିକାରୀ ଏସ୍. ଗିରିଧର,ବ୍ଲକ ଯୋଗାଣ ଅଧିକାରୀ ଜି.ପ୍ରଶାନ୍ତ ରାଓ, ତହସିଲଦାର ଈପ୍ସିତା ମିଶ୍ର ପ୍ରମୁଖ ଉପସ୍ଥିତ ରହି ଥିଲେ । ଏଥିରେ
ବିଭିନ୍ନ ଅଞ୍ଚଳର ଲଘୁଚାପଜନିତ ବର୍ଷାରେ ବନ୍ୟା ଓ ବାତ୍ୟା ମୁକାବିଲା ପାଇଁ ଆଲୋଚନା କରିଥିଲେ । ଲୋକଙ୍କ ପାଖରେ ଆଗୁଆ ସୂଚନା ଦେଇ ସତର୍କତା ଅବଲମ୍ବନ ପାଇଁ ସମସ୍ତ ପ୍ରକାର କାର୍ଯ୍ୟକ୍ରମ କରିବା ପଦକ୍ଷେପ ସହିତ ସତର୍କତା ପାଇଁ ପରାମର୍ଶ ଦିଆଯାଇଛି ।