
ଭୁବନେଶ୍ୱର– ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ପୁଣି ୧୭ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଏହା ଫଳରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୧୫୨ କୁ ବୃଦ୍ଧି ପାଇଛି ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ ମୃତକ ମାନଙ୍କ ମଧ୍ୟରେ ଖୋର୍ଧା ଓ କଟକ ଜିଲ୍ଲାର ୩-୩ ଜଣ, ବଲାଙ୍ଗୀର, ସୁବର୍ଣପୁର, ଝାରସୁଗୁଡା ଜିଲ୍ଲାର ୨-୨ ଜଣ, ବୌଦ୍ଧ, ବରଗଡ,ମୟୁରଭଂଜ, ନୂଆପଡା, ଜଗତସିଂହପୁର ଜିଲ୍ଲାର ଜେଣେ ଲେଖାଏ ଅଛନ୍ତି ।
ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ବଲାଙ୍ଗୀର ଜିଲ୍ଲାର ୭୦ ବର୍ଷୀୟ କରୋନା ଆକ୍ରାନ୍ତ ମହିଳାଙ୍କ ମୃତ୍ୟୁ ଘଟିଛି । ବଲାଙ୍ଗୀର ଜିଲ୍ଲାର ଜଣେ ୫୫ ବର୍ଷୀୟ ପୁରୁଷ କରୋନା ସଂକ୍ରମିତ ମୃତ୍ୟୁବରଣ କରିଛନ୍ତି । ଜଗତସିଂହପୁର ଜିଲ୍ଲାର ଜଣେ ୮୨ ବର୍ଷୀୟ କରୋନା ଆକ୍ରାନ୍ତ ପୁରୁଷ ମୃତ୍ୟୁବରଣ କରିଛନ୍ତି । ସୁବର୍ଣପୁର ଜିଲ୍ଲାର ଜଣେ ୬୨ ବର୍ଷୀୟ କରୋନା ସଂକ୍ରମିତ ପୁରୁଷ ମୃତ୍ୟୁବରଣ କରିଛନ୍ତି । ସୁବର୍ଣପୁର ଜିଲ୍ଲାର ଜଣେ ୭୧ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ସେ ମଧୁମେହରେ ପୀଡିତ ଥିଲେ । ବୌଦ୍ଧ ଜିଲ୍ଲାର ଜଣେ ୪୦ ବର୍ଷୀୟ ପୁରୁଷ କରୋନା ସଂକ୍ରମିତ ପୁରୁଷଙ୍କ ମୃତ୍ୟୁ ଘଟିଛି । ସେ ମଧମେହରେ ପୀଡିତ ଥିଲେ । ବରଗଡ ଜିଲ୍ଲାରେ ଜଣେ ୫୨ ବର୍ଷୀୟ କରୋନା ସଂକ୍ରମିତ ପୁରୁଷଙ୍କ ମୃତ୍ୟୁ ଘଟିଛି । ସେ ମଧୁମେହ ଓ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ ।
ଝାରସୁଗୁଡା ଜିଲ୍ଲା ଜଣେ ୫୪ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଜଗତସିଂହପୁୁର ଜିଲ୍ଲାର ଜଣେ ୪୭ ବର୍ଷୀୟ ପୁରୁଷ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ସେ ମଧୁମେହରେ ପୀଡିତ ଥିଲୋ ଭୁବନେଶ୍ୱରର ଜଣେ ୫୪ ବର୍ଷୀୟ କରୋନା ସଂକ୍ରମିତ ପୁରୁଷଙ୍କ ମୃତ୍ୟୁ ଘଟିଛି । କଟକ ଜିଲ୍ଲାର ଜଣେ ୬୦ ବର୍ଷୀୟ କୋରୋନା ସଂକ୍ରମିତ ପୁରୁଷଙ୍କ ମୃତ୍ୟୁ ଘଟିଛି । ସେ ମଧୁମେହରେ ପୀଡିତ ଥିଲୋ ମୟୁରଭଂଜ ଜିଲ୍ଲାର ଜଣେ ୪୫ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ସେ ମଧୁମେହ ଓ ଅନ୍ୟ ରୋଗରେ ପୀଡିତ ଥିଲୋ କଟକ ଜିଲ୍ଲାର ଜଣେ ୪୧ ବର୍ଷୀୟ କରୋନା ଆକ୍ରାନ୍ତ ପୁରୁଷଙ୍କ ମୃତ୍ୟୁ ଘଟିଛି । ସେ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ । କଟକ ଜିଲ୍ଲାର ଜଣେ ୪୭ ବର୍ଷୀୟ ପୁରୁଷ କରୋନା ସଂକ୍ରମିତ ମୃତ୍ୟୁ ଘଟିଛି ।
ନୂଆପଡା ଜିଲ୍ଲାର ଜଣେ ୮୨ ବର୍ଷୀୟ ପୁରୁଷ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ସେ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ । ଭୁବନେଶ୍ୱରର ଜଣେ ୭୫ ବର୍ଷୀୟ ପୁରୁଷ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ସେ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ । ଭୁବନେଶ୍ୱରର ଜଣେ ୬୫ ବର୍ଷୀୟ ପୁରୁଷ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ସେ ମଧୁମେହରେ ପୀଡିତ ଥିଲେ ।