ଭୁବନେଶ୍ୱର– ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ପୁଣି ୧୬ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଏହା ଫଳରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୧୬୮ କୁ ବୃଦ୍ଧି ପାଇଛି ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ ମୃତକ ମାନଙ୍କ ମଧ୍ୟରେ ମୟୁରଭଂଜ ଜିଲ୍ଲାର ୪, ଖୋର୍ଧା ଓ କଳାହାଣ୍ଡି ଜିଲ୍ଲାର ୨-୨ ଜଣ ରହିଛନ୍ତି । ସେହିପରି ନୂଆପଡା ଜିଲ୍ଲାର ୨ ଜଣ ତଥା ଝାରସୁଗୁଡା. ଭଦ୍ରକ, କଟକ ଓ କେନ୍ଦ୍ରାପଡା ଜିଲ୍ଲାର ଜଣେ ଜଣେ ଅଛନ୍ତି ।
ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଝାରସୁଗୁଡା ଜିଲ୍ଲାର ୪୦ ବର୍ଷୀୟ କରୋନା ଆକ୍ରାନ୍ତ ପୁରୁଷଙ୍କ ମୃତ୍ୟୁ ଘଟିଛି । ସେ ମଧୁମେହ ଓ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ । ଭଦ୍ରକ ଜିଲ୍ଲାର ଜଣେ ୬୦ ବର୍ଷୀୟ ପୁରୁଷ କରୋନା ସଂକ୍ରମିତ ମୃତ୍ୟୁବରଣ କରିଛନ୍ତି । ସେ ମଧୁମେହ ଓ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ । କଟକ ଜିଲ୍ଲାର ଜଣେ ୫୯ ବର୍ଷୀୟ କରୋନା ଆକ୍ରାନ୍ତ ପୁରୁଷ ମୃତ୍ୟୁବରଣ କରିଛନ୍ତି । ସେ ମଧୁମେହ ଓ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ । ଭୁବନେଶ୍ୱରର ଜଣେ ୫୮ ବର୍ଷୀୟ କରୋନା ସଂକ୍ରମିତ ପୁରୁଷ ମୃତ୍ୟୁବରଣ କରିଛନ୍ତି । ସେ ମଧୁମେହରେ ପୀଡିତ ଥିଲେ । ଭୁବନେଶ୍ୱରର ଜଣେ ୭୨ ବର୍ଷୀୟ ମହିଳା କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ସେ ମଧୁମେହ ଓ ଉଚ୍ଚ ରକ୍ତଚାପ ଓ ଅନ୍ୟ ରୋଗରେ ପୀଡିତ ଥିଲେ । ।
କେନ୍ଦ୍ରାପଡା ଜିଲ୍ଲାର ଜିଲ୍ଲାର ଜଣେ ୮୨ ବର୍ଷୀୟ ପୁରୁଷ କରୋନା ସଂକ୍ରମିତ ପୁରୁଷଙ୍କ ମୃତ୍ୟୁ ଘଟିଛି । ସେ ମଧମେହରେ ପୀଡିତ ଥିଲେ । ଖୋର୍ଧା ଜିଲ୍ଲାରେ ଜଣେ ୭୨ ବର୍ଷୀୟ କରୋନା ସଂକ୍ରମିତ ମହିଳାଙ୍କ ମୃତ୍ୟୁ ଘଟିଛି । ମୟୁରଭଂଜ ଜିଲ୍ଲାର ଜଣେ ୭୨ ବର୍ଷୀୟ ମହିଳା କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ମୟୁରଭଂଜ ଜିଲ୍ଲାର ଜଣେ ୬୦ ବର୍ଷୀୟ ମହିଳା କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ମୟୁରଭଂଜ ଜିଲ୍ଲାର ଜଣେ ୩୦ ବର୍ଷୀୟ କରୋନା ସଂକ୍ରମିତ ମହିଳାଙ୍କ ମୃତ୍ୟୁ ଘଟିଛି । ମୟୁରଭଂଜ ଜିଲ୍ଲାର ଜଣେ ୭୨ ବର୍ଷୀୟ କୋରୋନା ସଂକ୍ରମିତ ପୁରୁଷଙ୍କ ମୃତ୍ୟୁ ଘଟିଛି ।
କଳାହାଣ୍ଡି ଜିଲ୍ଲାର ଜଣେ ୭୨ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ସେ ମଧୁମେହ ରୋଗରେ ପୀଡିତ ଥିଲୋ କଳାହାଣ୍ଡି ଜିଲ୍ଲାର ଜଣେ ୨୪ ବର୍ଷୀୟ କରୋନା ଆକ୍ରାନ୍ତ ପୁରୁଷଙ୍କ ମୃତ୍ୟୁ ଘଟିଛି । ସେ ମଧୁମେହ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ । କଳାହାଣ୍ଡି ଜିଲ୍ଲାର ଜଣେ ୬୦ ବର୍ଷୀୟ ପୁରୁଷ କରୋନା ସଂକ୍ରମିତ ମୃତ୍ୟୁ ଘଟିଛି ।
ନୂଆପଡା ଜିଲ୍ଲାର ଜଣେ ୭୪ ବର୍ଷୀୟ ପୁରୁଷ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ସେ ମଧୁମେହରେ ପୀଡିତ ଥିଲେ । ନୂଆପଡା ଜିଲ୍ଲାର ଜଣେ ୪୮ ବର୍ଷୀୟ ମହିଳା କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି ।