
ଭୁବନେଶ୍ୱର– ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ପୁଣି ୧୬ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଏହା ଫଳରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୧୬୮ କୁ ବୃଦ୍ଧି ପାଇଛି ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ ମୃତକ ମାନଙ୍କ ମଧ୍ୟରେ ମୟୁରଭଂଜ ଜିଲ୍ଲାର ୪, ଖୋର୍ଧା ଓ କଳାହାଣ୍ଡି ଜିଲ୍ଲାର ୨-୨ ଜଣ ରହିଛନ୍ତି । ସେହିପରି ନୂଆପଡା ଜିଲ୍ଲାର ୨ ଜଣ ତଥା ଝାରସୁଗୁଡା. ଭଦ୍ରକ, କଟକ ଓ କେନ୍ଦ୍ରାପଡା ଜିଲ୍ଲାର ଜଣେ ଜଣେ ଅଛନ୍ତି ।