ଭୁବନେଶ୍ୱର– ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ପୁଣି ୧୫ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଏହା ଫଳରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୧୯୬ କୁ ବୃଦ୍ଧି ପାଇଛି ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ ମୃତକ ମାନଙ୍କ ମଧ୍ୟରେ ମୟୁରଭଂଜ ଓ ଅନୁଗୁଳ ଜିଲ୍ଲାର ୩-୩ ଜଣ , ଢେଙ୍କାନାଳ, ଖୋର୍ଧା ଓ ସୁବର୍ଣପୁର ଜିଲ୍ଲାର ୨-୨ ଜଣ ଅଛନ୍ତି । ସେହିପରି କଟକ, ପୁରୀ ଓ ସୁନ୍ଦରଗଡ ଜିଲ୍ଲାର ଜଣେ ଜଣେ ମୃତ୍ୟୁବରଣ କରିଛନ୍ତି ।
ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଢେଙ୍କାନାଳ ଜିଲ୍ଲାର ୫୦ ବର୍ଷୀୟ କରୋନା ଆକ୍ରାନ୍ତ ପୁରୁଷଙ୍କ ମୃତ୍ୟୁ ଘଟିଛି । ଢେଙ୍କାନାଳ ଜିଲ୍ଲାର ର ଜଣେ ୪୨ ବର୍ଷୀୟ ପୁରୁଷ କରୋନା ସଂକ୍ରମିତ ମୃତ୍ୟୁବରଣ କରିଛନ୍ତି । ସେ ମଧୁମେହ ରୋଗରେ ପୀଡିତ ଥିଲେ । ରାଉରକେଲାର ଜଣେ ୨୯ ବର୍ଷୀୟ କରୋନା ଆକ୍ରାନ୍ତ ମହିଳା ମୃତ୍ୟୁବରଣ କରିଛନ୍ତି । କଟକ ଜିଲ୍ଲାର ଜଣେ ୭୩ ବର୍ଷୀୟ କରୋନା ସଂକ୍ରମିତ ପୁରୁଷ ମୃତ୍ୟୁବରଣ କରିଛନ୍ତି । ସେ ମଧୁମେହରେ ଓ ଉଚ୍ଚ ରକ୍ତଚାପ ରୋଗରେ ପୀଡିତ ଥିଲେ । ଭୁବନେଶ୍ୱରର ଜଣେ ୭୩ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ସେ ମଧୁମେହରେ ଓ ଉଚ୍ଚ ରକ୍ତଚାପ ରୋଗରେ ପୀଡିତ ଥିଲେ । ଭୁବନେଶ୍ୱରର ଜଣେ ୭୮ ବର୍ଷୀୟ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି ।
ମୟୁରଭଂଜ ଜିଲ୍ଲାର ଜିଲ୍ଲାର ଜଣେ ୫୭ ବର୍ଷୀୟ ପୁରୁଷ କରୋନା ସଂକ୍ରମିତ ପୁରୁଷଙ୍କ ମୃତ୍ୟୁ ଘଟିଛି । ମୟୁରଭଂଜ ଜିଲ୍ଲାରେ ଜଣେ ୭୨ ବର୍ଷୀୟ କରୋନା ସଂକ୍ରମିତ ପୁରୁଷଙ୍କ ମୃତ୍ୟୁ ଘଟିଛି । ଅନୁଗୁଳ ଜିଲ୍ଲାର ଜଣେ ୮୪ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଅନୁଗୁଳ ଜିଲ୍ଲାର ଜଣେ ୮୫ବର୍ଷୀୟ ମହିଳା କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ଅନୁଗୁଳ ଜିଲ୍ଲାର ଜଣେ ୪୫ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ସେ ମଧୁମେହ ଓ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ । ପୁରୀ ଜିଲ୍ଲାର ଜଣେ ୪୮ ବର୍ଷୀୟ କରୋନା ସଂକ୍ରମିତ ପୁରୁଷଙ୍କ ମୃତ୍ୟୁ ଘଟିଛି । ସେ ମଧୁମେହ ଓ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ ।
ସୁବର୍ଣପୁର ଜିଲ୍ଲାର ଜଣେ ୬୫ ବର୍ଷୀୟ କୋରୋନା ସଂକ୍ରମିତ ପୁରୁଷଙ୍କ ମୃତ୍ୟୁ ଘଟିଛି । ସେ ମଧୁମେରେ ପୀଡିତ ଥିଲେ । ସୁବର୍ଣପୁର ଜିଲ୍ଲାର ଜଣେ ୬୫ ବର୍ଷୀୟ ମହିଳା କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ମୟୁରଭଂଜ ଜିଲ୍ଲାର ଜଣେ ୭୦ ବର୍ଷୀୟ କରୋନା ଆକ୍ରାନ୍ତ ପୁରୁଷଙ୍କ ମୃତ୍ୟୁ ଘଟିଛି ।