ଭୁବନେଶ୍ୱର– ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ପୁଣି ୧୮ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଏହା ଫଳରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୨୧୪ କୁ ବୃଦ୍ଧି ପାଇଛି ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ ମୃତକ ମାନଙ୍କ ମଧ୍ୟରେ ଅନୁଗୁଳ, ଗଜପତି ଓ ଖୋର୍ଧା ଜିଲ୍ଲାର ୩-୩ ଜଣ, ମୟୁରଭଂଜ ଓ ଯାଜପୁର ଜିଲ୍ଲାର ୨-୨ ଜଣ ଅଛନ୍ତି । ସେହିପରି ଭଦ୍ରକ, ଢେଙ୍କାନାଳ. ମାଲକାନଗିରି, ନବରଙ୍ଗପୁର ଓ ପୁରୀ ଜିଲ୍ଲାର ଜଣେ ଜଣେ ମୃତ୍ୟୁବରଣ କରିଛନ୍ତି ।
ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଅନୁଗୁଳ ଜିଲ୍ଲାର ୭୬ ବର୍ଷୀୟ କରୋନା ଆକ୍ରାନ୍ତ ପୁରୁଷଙ୍କ ମୃତ୍ୟୁ ଘଟିଛି । ଅନୁଗୁଳ ଜିଲ୍ଲାର ଜଣେ ୩୮ ବର୍ଷୀୟ ପୁରୁଷ କରୋନା ସଂକ୍ରମିତ ମୃତ୍ୟୁବରଣ କରିଛନ୍ତି । ସେ ଉଚ୍ଚ ରକ୍ତଚାପ ରୋଗରେ ପୀଡିତ ଥିଲେ । ଅନୁଗୁଳ ଜିଲ୍ଲାର ଜଣେ ୬୨ ବର୍ଷୀୟ କରୋନା ଆକ୍ରାନ୍ତ ମହିଳା ମୃତ୍ୟୁବରଣ କରିଛନ୍ତି । ଭଦ୍ରକ ଜିଲ୍ଲାର ଜଣେ ୬୨ ବର୍ଷୀୟ କରୋନା ସଂକ୍ରମିତ ପୁରୁଷ ମୃତ୍ୟୁବରଣ କରିଛନ୍ତି । ସେ ମଧୁମେହରେ ଓ ଉଚ୍ଚ ରକ୍ତଚାପ ରୋଗରେ ପୀଡିତ ଥିଲେ । ଭୁବନେଶ୍ୱରର ଜଣେ ୬୦ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ସେ ମଧୁମେହରେ ଓ ଉଚ୍ଚ ରକ୍ତଚାପ ରୋଗରେ ପୀଡିତ ଥିଲେ । ଭୁବନେଶ୍ୱରର ଜଣେ ୬୦ ବର୍ଷୀୟ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି ।
ଢେଙ୍କାନାଳ ଜିଲ୍ଲାର ଜଣେ ୬୬ ବର୍ଷୀୟ ପୁରୁଷ କରୋନା ସଂକ୍ରମିତ ପୁରୁଷଙ୍କ ମୃତ୍ୟୁ ଘଟିଛି । ଗଜପତି ଜିଲ୍ଲାରେ ଜଣେ ୬୦ ବର୍ଷୀୟ କରୋନା ସଂକ୍ରମିତ ପୁରୁଷଙ୍କ ମୃତ୍ୟୁ ଘଟିଛି । ଗଜପତି ଜିଲ୍ଲାର ଜଣେ ୪୫ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଗଜପତି ଜିଲ୍ଲାର ଜଣେ ୫୦ ବର୍ଷୀୟ ମହିଳା କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ଯାଜପୁର ଜିଲ୍ଲାର ଜଣେ ୨୯ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଯାଜପୁର ଜିଲ୍ଲାର ଜଣେ ୨୯ ବର୍ଷୀୟ କରୋନା ସଂକ୍ରମିତ ପୁରୁଷଙ୍କ ମୃତ୍ୟୁ ଘଟିଛି । ଯାଜପୁର ଜିଲ୍ଲାର ଜଣେ ୬୮ ବର୍ଷୀୟ କରୋନା ସଂକ୍ରମିତ ପୁରୁଷଙ୍କ ମୃତ୍ୟୁ ଘଟିଛି । ସେ ମଧୁମେହ ଓ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ ।
ଖୋର୍ଧା ଜିଲ୍ଲାର ଜଣେ ୨୫ ବର୍ଷୀୟ କୋରୋନା ସଂକ୍ରମିତ ପୁରୁଷଙ୍କ ମୃତ୍ୟୁ ଘଟିଛି । ମୟୁରଭଂଜ ଜିଲ୍ଲାର ଜଣେ ୫୧ ବର୍ଷୀୟ ମହିଳା କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ମୟୁରଭଂଜ ଜିଲ୍ଲାର ଜଣେ ୭୦ ବର୍ଷୀୟ କରୋନା ଆକ୍ରାନ୍ତ ପୁରୁଷଙ୍କ ମୃତ୍ୟୁ ଘଟିଛି । ମାଲକାନଗିରି ଜିଲ୍ଲାର ଜଣେ ୭୦ ବର୍ଷୀୟ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ନବରଂଗପୁର ଜିଲ୍ଲାର ଜଣେ ୫୦ ବର୍ଷୀୟ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ପୁରୀ ଜିଲ୍ଲାର ଜଣେ ୬୪ ବର୍ଷୀୟ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ସେ ମଧୁମେହରେ ପୀଡିତ ଥିଲେ ।