ମାଲକାନଗିରି – ମାଲକାନଗିରି ଜିଲ୍ଲାରେ ଆଜି ଆଉ ୨୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏଥିସହ ଜିଲ୍ଲାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୪୭୨୫ କୁ ବୃଦ୍ଧି ପାଇଛି । ରିପୋର୍ଟ ପଜିଟିଭ୍ ଆସିବା ପରେ ଗୁରୁତର ଆକ୍ରାନ୍ତ ମାନଙ୍କୁ କୋଭିଡ଼୍ ହସ୍ପିଟାଲରେ ଭର୍ତି କରାଯାଇଛି । ସେହିପରି ସାମାନ୍ୟ ଆକ୍ରାନ୍ତ ମାନଙ୍କୁ ହୋମ୍ ଆଇସୋଲେସନରେ ରହିବାକୁ ପରାମର୍ଶ ଦିଆଯାଇଛି ।
ଜିଲ୍ଲାରେ କରୋନାଜନିତ ସକ୍ରିୟ ସଂଖ୍ୟା ୩୨୦ ଏବଂ ସୁସ୍ଥ ସଖ୍ୟା ୪୩୯୦ ରହିଛି । ଅଦ୍ୟାବଧି ମୃତ୍ୟୁ ସଂଖ୍ୟା ୧୫ ରହିଛି ।
ରାଜ୍ୟରେ ଆଉ ୧୪ ଜଣଙ୍କର କରୋନାରେ ମୃତ୍ୟୁ, ମୃତ୍ୟୁ ସଂଖ୍ୟା ୧୨୬୯ ହେଲା
ଭୁବନେଶ୍ୱର – ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ପୁଣି ୧୬ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଏହା ଫଳରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୨୬୯ କୁ ବୃଦ୍ଧି ପାଇଛି ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
କୋବିଡ ଗାଇଡଲାଇନ ଉଲ୍ଲଂଘନ ଅଭିଯୋଗରେ ରାଜ୍ୟରେ ୧୪ ଟି ମାମଲା
ଗତ ୨୪ ଘଂଟା ମଧ୍ୟରେ କୋବିଡ ଗାଇଡଲାଇନ ଉଲ୍ଲଂଘନ ଅଭିଯୋଗରେ ରାଜ୍ୟରେ ୧୪ ଟି ମାମଲା ରୁଜୁ ହୋଇଛି । ରାଜ୍ୟ ପୋଲିସ ଦ୍ୱାରା ଟ୍ୱିଟ କରି ଏହି ସୂଚନା ଦିଆ ଯାଇଛି ।