ନୂଆ ଚିହ୍ନଟ ଏହି ଆକ୍ରାନ୍ତ ମାନଙ୍କ ମଧ୍ୟରେ ମାଲକାନଗିରି ବ୍ଲକରୁ ୪ ଜଣ, କାଲିମେଳା ବ୍ଲକରୁ ୩ ଜଣ ଓ ପଡ଼ିଆ ବ୍ଲକରୁ ୪ ଜଣ ଆକ୍ରାନ୍ତ ରହିଛନ୍ତି । ତନ୍ମଧ୍ୟରେ ଜଣେ କରୋନା ଯୋଦ୍ଧା ରହିଛନ୍ତି ।
ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଦୁଇ ଜଣ ବିଭିନ୍ନ କ୍ଲିନିକରୁ ରେଫର୍ ହୋଇ ଚିକିତ୍ସା ନିମନ୍ତେ ମେଡିକାଲକୁ ଆସି ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ଘରକୁ ଘର ବୁଲି ମେଡ଼ିକାଲ ଟିମ୍ ର ସର୍ଭେଲାନ୍ସ ବେଳେ ୭ ଜଣ ବ୍ୟକ୍ତି ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ପୂର୍ବ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ଦୁଇ ଜଣ ସଂକ୍ରମିତ ହୋଇଛନ୍ତି ।
ଅଦ୍ୟାବଧି ଜିଲ୍ଲାରେ ୪୪୧୯ ଆକ୍ରାନ୍ତ ସୁସ୍ଥ ହେଲେଣି । କରୋନାଜନିତ ସକ୍ରିୟ ମାମଲା ୩୦୧ ରହିଛି । ସେହିପରି ଆଜି ଆଉ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ଘୋଷଣା କରାଯାଇଛି । ଏହାକୁ ମିଶାଇ ଜିଲ୍ଲାରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୬କୁ ବୃଦ୍ଧି ପାଇଛି ।