ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ ମୃତକ ମାନଙ୍କ ମଧ୍ୟରେ ଖୋର୍ଧା ଜିଲ୍ଲାର ୪ ଜଣ, ନୂଆପଡା ଜିଲ୍ଲାର ୩ ଜଣ ରହିଥିବା ବେଳେ ଝାରସୁଗୁଡା ଓ କେନ୍ଦୁଝର ଜିଲ୍ଲାର ୨-୨ ଜଣ ଅଛନ୍ତି । ସେହିପରି ସୁନ୍ଦରଗଡ ଓ ମାଲକାନଗିରି ଜିଲ୍ଲାର ଜଣେ ଜଣେ ମୃତ୍ୟୁବରଣ କରିଛନ୍ତି ।
ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଭୁବନେଶ୍ୱରର ୫୨ ବର୍ଷୀୟ କରୋନା ଆକ୍ରାନ୍ତ ପୁରୁଷଙ୍କ ମୃତ୍ୟୁ ଘଟିଛି । ଭୁବନେଶ୍ୱରର ଜଣେ ୪୦ ବର୍ଷୀୟ ପୁରୁଷ କରୋନା ସଂକ୍ରମିତ ମୃତ୍ୟୁବରଣ କରିଛନ୍ତି । ଭୁବନେଶ୍ୱରର ଜଣେ ୭୫ ବର୍ଷୀୟ କରୋନା ଆକ୍ରାନ୍ତ ପୁରୁଷ ମୃତ୍ୟୁବରଣ କରିଛନ୍ତି । ସେ ଉଚ୍ଚ ରକ୍ତଚାପ ରୋଗରେ ପୀଡିତ ଥିଲେ । ଝାରସୁଗୁଡା ଜିଲ୍ଲାର ଜଣେ ୭୦ ବର୍ଷୀୟ କରୋନା ସଂକ୍ରମିତ ପୁରୁଷ ମୃତ୍ୟୁବରଣ କରିଛନ୍ତି । ଝାରସୁଗୁଡା ଜିଲ୍ଲାର ଜଣେ ୫୩ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ସେ ମଧୁମେହରେ ଓ ଉଚ୍ଚ ରକ୍ତଚାପ ରୋଗରେ ପୀଡିତ ଥିଲେ । ଭୁବନେଶ୍ୱରର ଜଣେ ୮୬ ବର୍ଷୀୟ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି ।
ନୂଆପଡା ଜିଲ୍ଲାର ଜଣେ ୬୮ ବର୍ଷୀୟ ପୁରୁଷ କରୋନା ସଂକ୍ରମିତ ପୁରୁଷଙ୍କ ମୃତ୍ୟୁ ଘଟିଛି । ନୂଆପଡା ଜିଲ୍ଲାରେ ଜଣେ ୬୬ ବର୍ଷୀୟ କରୋନା ସଂକ୍ରମିତ ପୁରୁଷଙ୍କ ମୃତ୍ୟୁ ଘଟିଛି । ସେ ଉଚ୍ଚ ରକ୍ତଚାପରେ ପୀଡିତ ଥିଲୋ ନୂଆପଡା ଜିଲ୍ଲାର ଜଣେ ୬୦ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ମାଲକାନଗିରି ଜିଲ୍ଲାର ଜଣେ ୬୦ ବର୍ଷୀୟ ମହିଳା କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ସୁନ୍ଦରଗଡ ଜିଲ୍ଲାର ଜଣେ ୮୦ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । କେନ୍ଦୁଝର ଜିଲ୍ଲାର ଜଣେ ୫୪ ବର୍ଷୀୟ କରୋନା ସଂକ୍ରମିତ ପୁରୁଷଙ୍କ ମୃତ୍ୟୁ ଘଟିଛି । କେନ୍ଦୁଝର ଜିଲ୍ଲାର ଜଣେ ୭୫ ବର୍ଷୀୟ କରୋନା ସଂକ୍ରମିତ ପୁରୁଷଙ୍କ ମୃତ୍ୟୁ ଘଟିଛି ।