
ପୁରୀ– ଆଜି ପବିତ୍ର ଆଶ୍ୱିନ ମାସ ଶୁକ୍ଳ ପକ୍ଷ ଏକାଦଶୀ ତିଥି । ପୁରୀ ଶ୍ରୀମନ୍ଦିରରେ ଆଜିଠୁ ଆରମ୍ଭ ହୋଇଛି ଶ୍ରୀଜୀଉ ମାନଙ୍କ କାର୍ତିକ ନୀତି । ଏହି ତିଥିରେ ଶ୍ରୀଜୀଉମାନଙ୍କ ରାଧାଦାମୋଦର ବେଶ ଅନୁଷ୍ଠିତ ହୋଇଛି ।
ଏହି ଉପଲକ୍ଷେ ଭୋର୍ ୪ଟାରେ ଦ୍ୱାର ଫିଟା, ମଙ୍ଗଳ ଆଳତୀ, ମଇଲମ, ତଡ଼ପ ଲାଗି, ଅବକାଶ ଆଦି ନୀତି ସମ୍ପନ୍ନ ପରେ ଶ୍ରୀଜୀଉମାନଙ୍କ ରାଧାଦାମୋଦର ବେଶ ଅନୁଷ୍ଠିତ ହୋଇଛି । ତେବେ କୋଭିଡ଼୍ କଟକଣାକୁ ଦୃଷ୍ଟିରେ ରଖି ସାଧାରଣ ଦର୍ଶନ ବନ୍ଦ ରହିଛି ।
ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୀତି ନିର୍ଘଂଟ ପୂର୍ବରୁ ଚୂଡ଼ାନ୍ତ ସରିଛି । ସମସ୍ତ ସେବାୟତଙ୍କ ମଧ୍ୟରେ ସହଯୋଗ ରଖି ମହାପ୍ରଭୁଙ୍କ ନୀତିକାନ୍ତିକୁ ସୁରୁଖୁରୁରେ ସମ୍ପାଦନ କରାଯିବ ବୋଲି ଶ୍ରୀମନ୍ଦିର ନୀତି ପ୍ରଶାସକ କହିଛନ୍ତି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO