
ଭୁବନେଶ୍ୱର– ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ପୁଣି ୧୩ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଏହା ଫଳରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୨୭୨ କୁ ବୃଦ୍ଧି ପାଇଛି ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ ମୃତକ ମାନଙ୍କ ମଧ୍ୟରେ ଖୋର୍ଧା ଜିଲ୍ଲାର ୪ ଜଣ, ନୂଆପଡା ଜିଲ୍ଲାର ୩ ଜଣ ରହିଥିବା ବେଳେ ଝାରସୁଗୁଡା ଓ କେନ୍ଦୁଝର ଜିଲ୍ଲାର ୨-୨ ଜଣ ଅଛନ୍ତି । ସେହିପରି ସୁନ୍ଦରଗଡ ଓ ମାଲକାନଗିରି ଜିଲ୍ଲାର ଜଣେ ଜଣେ ମୃତ୍ୟୁବରଣ କରିଛନ୍ତି ।