

ନୂଆ ଚିହ୍ନଟ ଏହି ଆକ୍ରାନ୍ତ ମାନଙ୍କ ମଧ୍ୟରେ ମାଲକାନଗିରି ପୌରାଚଂଳରୁ ୪ ଜଣ, ମାଲକାନଗିରି ବ୍ଲକରୁ ୪ ଜଣ, କାଲିମେଳା ବ୍ଲକରୁ ୬ ଜଣ, ପଡ଼ିଆ ବ୍ଲକରୁ ୪ ଜଣ, ବାଲିମେଳା ବିଜ୍ଞାପିତ ଅଂଚଳରୁ ୪ ଜଣ, ମାଥିଲି ବ୍ଲକରୁ ୧୦ ଜଣ, ଖଇରପୁଟ ବ୍ଲକରୁ ୫ ଜଣ, କୋରକୋଣ୍ଡା ବ୍ଲକରୁ ୩ ଜଣ ଏବଂ ଚିତ୍ରକୋଣ୍ଡା ବ୍ଳକରୁ ୨ ଜଣ ରହିଛନ୍ତି । ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୯ ଜଣ ବିଭିନ୍ନ କ୍ଲିନିକରୁ ରେଫର୍ ହୋଇ ଚିକିତ୍ସା ନିମନ୍ତେ ମେଡିକାଲକୁ ଆସି ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ଘରକୁ ଘର ବୁଲି ମେଡ଼ିକାଲ ଟିମ୍ ର ସର୍ଭେଲାନ୍ସ ବେଳେ ୩୨ ଜଣ ବ୍ୟକ୍ତି ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ପୂର୍ବ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ଜଣେ ସଂକ୍ରମିତ ହୋଇଛନ୍ତି ।
ଅଦ୍ୟାବଧି ଜିଲ୍ଲାରେ ୪୪୪୮ ଆକ୍ରାନ୍ତ ସୁସ୍ଥ ହେଲେଣି । କରୋନାଜନିତ ସକ୍ରିୟ ମାମଲା ୩୧୪ ରହିଛି । ସେହିପରି ଅଦ୍ୟାବଧି ଜିଲ୍ଲାରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୬ ରହିଛି ।