ଭୁବନେଶ୍ୱର– ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ପୁଣି ୧୩ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଏହା ଫଳରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୨୯୭ କୁ ବୃଦ୍ଧି ପାଇଛି ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ ମୃତକ ମାନଙ୍କ ମଧ୍ୟରେ ଖୋର୍ଧା, ନୂଆପଡା, କଟକ, ବାଲେଶ୍ୱର, ଅନୁଗୁଳ ଜିଲ୍ଲାର ୨-୨ ଜଣ ରହିଥିବା ବେଳେ କେନ୍ଦୁଝର, ଜଗତସିଂହପୁର ଓ ସମ୍ବଲପୁର ଜିଲ୍ଲାର ଜଣେ ଜମେ ଜଣେ ମୃତ୍ୟୁବରଣ କରିଛନ୍ତି ।