ନୂଆଦିଲ୍ଲୀ,ଦେଶରେ ଗତ ୨୪ଘଂଟା ମଧ୍ୟରେ ୪୯,୮୮୧ ଟି ନୂଆ କରୋନା ମାମଲା ସାମନାକୁ ଆସିଛି । ଗତ ୨୪ ଘଂଟା ମଧ୍ୟରେ ୫୧୭ ଜଣଙ୍କର ମୃତ୍ୟୁ ଘଟିଛି । ଏହା ସହିତ ଦେଶରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୮,୧୪,୬୮୨ରେ ପହଂଚିଛି ।
ଆଜି ସକାଳେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ ସକ୍ରିୟ ରୋଗୀଙ୍କ ସଂଖ୍ୟା ୬,୦୩,୬୮୭ ଥିବା ବେଳେ ବର୍ତମାନ ସୁଦ୍ଧା ୧,୨୦,୫୨୭ ଜଣ ମୃତ୍ୟୁ ବରଣ କରିଛନ୍ତି ।
ଦେଶରେ ଗତ ୨୪ଘଂଟା ମଧ୍ୟରେ କୋବିଡ ପାଇଁ ୧୦,୭୫,୭୬୦ ନମୂନାର ପରୀକ୍ଷଣ
ନୂଆଦିଲ୍ଲୀ– ଦେଶରେ ଗତ ୨୪ଘଂଟା ମଧ୍ୟରେ କୋବିଡ ପାଇଁ ୧୦,୭୫,୭୬୦ ନମୂନାର ପରୀକ୍ଷଣ କରା ଯାଇଛି । ଏହା ସହିତ ଦେଶରେ ବର୍ତମାନ ସୁଦ୍ଧା, ୧୦,୬୫,୬୩,୪୪୦ ନମୂନାର ପରୀକ୍ଷଣ କରା ଯାଇଥିବା ଆଇଏମସିଆର ପକ୍ଷରୁ ସୂଚନା ଦିଆ ଯାଇଛି ।