ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ ମୃତକ ମାନଙ୍କ ମଧ୍ୟରେ ଖୋର୍ଧା ଜିଲ୍ଲାର ୩ ଜଣ ଥିବା ବେଳେ କଟକ ଜିଲ୍ଲାର ୨ ଜଣ ଅଛନ୍ତି । ଅନୁଗୁଳ, ଝାରସୁୁଗୁଡା, ରାୟଗଡା, ଗଂଜାମ, କନ୍ଧମାଳ ଓ ନୂଆପଡା ଜିଲ୍ଲାର ଜଣେ ଜଣେ ଜଣେ ମୃତ୍ୟୁବରଣ କରିଛନ୍ତି ।
ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଅନୁଗୁଳ ଜିଲ୍ଲାରେ ୫୫ ବର୍ଷୀୟ କରୋନା ଆକ୍ରାନ୍ତ ପୁରୁଷଙ୍କ ମୃତ୍ୟୁ ଘଟିଛି । ଭୁବନେଶ୍ୱରର ଜଣେ ୪୦ ବର୍ଷୀୟ ପୁରୁଷ କରୋନା ସଂକ୍ରମିତ ମୃତ୍ୟୁବରଣ କରିଛନ୍ତି । ଭୁବନେଶ୍ୱର ଜଣେ ୬୬ ବର୍ଷୀୟ କରୋନା ଆକ୍ରାନ୍ତ ପୁରୁଷ ମୃତ୍ୟୁବରଣ କରିଛନ୍ତି । କଟକ ଜିଲ୍ଲାର ଜଣେ ୫୪ ବର୍ଷୀୟ କରୋନା ସଂକ୍ରମିତ ମହିଳା ମୃତ୍ୟୁବରଣ କରିଛନ୍ତି । ଗଂଜାମ ଜିଲ୍ଲାର ଜଣେ ୬୨ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ସେ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ ।
ଝାରସୁଗୁଡା ଜିଲ୍ଲାର ଜଣେ ୬୮ ବର୍ଷୀୟ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ସେ ଉଚ୍ଚ ରକ୍ତଚାପ ଓ ଅନ୍ୟ ରୋଗରେ ପୀଡିତ ଥିଲେ ।
ଖୋର୍ଧା ଜିଲ୍ଲାର ଜଣେ ୫୯ ବର୍ଷୀୟ ପୁରୁଷ କରୋନା ସଂକ୍ରମିତ ପୁରୁଷଙ୍କ ମୃତ୍ୟୁ ଘଟିଛି । କନ୍ଧମାଳ ଜିଲ୍ଲାରେ ଜଣେ ୪୨ ବର୍ଷୀୟ କରୋନା ସଂକ୍ରମିତ ପୁରୁଷଙ୍କ ମୃତ୍ୟୁ ଘଟିଛି । ନୂଆପଡା ଜିଲ୍ଲାର ଜଣେ ୪୫ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ରାୟଗଡା ଜିଲ୍ଲାର ଜଣେ ୬୧ ବର୍ଷୀୟ ମହିଳା କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । କଟକ ଜିଲ୍ଲାର ଜଣେ ୬୭ ବର୍ଷୀୟ ମହିଳା କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି ।