ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ ମୃତକ ମାନଙ୍କ ମଧ୍ୟରେ ସୁନ୍ଦରଗଡ ଜିଲ୍ଲାର ୩ ଜଣ ତଥା କେନ୍ଦୁଝର ଜିଲ୍ଲାର ୨ ଜଣ ରହିଛନ୍ତି । ସେହିପରି ଭୁବନେଶ୍ୱରର ୨ ଜଣ ରହିଛନ୍ତି । ଏହା ବ୍ୟତୀତ ଖୋର୍ଧା, ଝାରସୁଗୁଡା, ପୁରୀ, ଗଂଜାମ, ନୂଆପଡା ଜିଲ୍ଲାର ଜଣେ ଜଣେ ଜଣେ ମୃତ୍ୟୁବରଣ କରିଛନ୍ତି ।
ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ କେନ୍ଦୁଝର ଜିଲ୍ଲାରେ ୪୦ ବର୍ଷୀୟ କରୋନା ଆକ୍ରାନ୍ତ ମହିଳାଙ୍କ ମୃତ୍ୟୁ ଘଟିଛି । ଭୁବନେଶ୍ୱରର ଜଣେ ୫୫ ବର୍ଷୀୟ ପୁରୁଷ କରୋନା ସଂକ୍ରମିତ ମୃତ୍ୟୁବରଣ କରିଛନ୍ତି । ଝାରସୁଗୁଡା ଜିଲ୍ଲାର ଜଣେ ୫୦ ବର୍ଷୀୟ କରୋନା ଆକ୍ରାନ୍ତ ପୁରୁଷ ମୃତ୍ୟୁବରଣ କରିଛନ୍ତି । ପୁରୀ ଜିଲ୍ଲାର ଜଣେ ୭୨ ବର୍ଷୀୟ କରୋନା ସଂକ୍ରମିତ ମହିଳା ମୃତ୍ୟୁବରଣ କରିଛନ୍ତି । ଖୋର୍ଧା ଜିଲ୍ଲାର ୪୩ ବର୍ଷୀୟ ମହିଳା କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ଗଂଜାମ ଜିଲ୍ଲାର ଜଣେ ୩୪ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି
ନୂଆପଡା ଜିଲ୍ଲାର ଜଣେ ୪୮ ବର୍ଷୀୟ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ଭୁବନେଶ୍ୱରର ଜଣେ ୬୭ ବର୍ଷୀୟ ପୁରୁଷ କରୋନା ସଂକ୍ରମିତ ପୁରୁଷଙ୍କ ମୃତ୍ୟୁ ଘଟିଛି । ଭୁବନେଶ୍ୱରର ଜଣେ ୬୫ ବର୍ଷୀୟ କରୋନା ସଂକ୍ରମିତ ପୁରୁଷଙ୍କ ମୃତ୍ୟୁ ଘଟିଛି । ସୁନ୍ଦରଗଡ ଜିଲ୍ଲାର ଜଣେ ୭୦ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ସେ ଉଚ୍ଚ ରକ୍ତଚାପ ଓ ଅନ୍ୟ ରୋଗରେ ପୀଡିତ ଥିଲୋ ସୁନ୍ଦରଗଡ ଜିଲ୍ଲାର ଜଣେ ୬୩ ବର୍ଷୀୟ ପୁରୁଷ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ସୁନ୍ଦରଗଡ ଜିଲ୍ଲାର ଜଣେ ୬୫ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି ।